ପରଲୋକରେ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ମା'
by Argus News
Thu, Apr 04 | 12:26 p.m.

ପୁରୀ:  ବ୍ରହ୍ମଗିରିର ବିଧାୟକ ଶ୍ରୀଯୁକ୍ତ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ମା' ଙ୍କର ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଆଜି ଦେହାନ୍ତ ହୋଇଯାଇଛି  l ୯୩ ବର୍ଷ ବୟସରେ ଶୁଭଲକ୍ଷ୍ମୀ ଦେବୀଙ୍କ ପରଲୋକ ହୋଇଯାଇଛି । କ୍ୟାପିଟାଲ୍ ହସ୍ପିଟାଲରେ ପହଁଞ୍ଚି ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଭେଟି ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଜେପି ଦଳର ମୁଖ୍ୟ ସଚେତନ ମୋହନ ମାଝି ହସ୍ପିଟାଲରେ ମଧ୍ୟ ପହଁଞ୍ଚିଥିଲେ ।

ସେପଟେ ବହୁ ଚର୍ଚ୍ଚିତ ପୁରୀର ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରୁ ଭାଜପା ପ୍ରାର୍ଥୀ ହୋଇଛନ୍ତି ସ୍ବର୍ଗତ ଲୁଲୁ ମହାପାତ୍ରଙ୍କ ଝିଅ ଉପାସନା ମହାପାତ୍ର । ନିର୍ବାଚନ ମଇଦାନଙ୍କୁ ଓହ୍ଲାଇବା ପୂର୍ବରୁ ବୁଧବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ନେଇଛନ୍ତି । ଏହାର ଦିନକ ପରେ ଜେଜେ ମା ଙ୍କ ବିୟୋଗ ଖବର ଶୁଣି ପୁରା ପରିବାରରେ ଶୋକର ଛାୟା ଖେଳିଯାଇଛି । 

2016 ନଭେମ୍ବର 7 ତାରିଖରେ ବରିଷ୍ଠ କଂଗ୍ରେସ ନେତା ଲୁଲୁ ମହାପାତ୍ରଙ୍କ ପରଲୋକ ହୋଇଥିଲା । ସେ ଦୀର୍ଘଦିନ ଧରି ଲିଭର ସିରୋସିସ୍ ରୋଗରେ ଆକ୍ରାନ୍ତ ଥିଲେ । 
 

ଆହୁରି ପଢନ୍ତୁ ଓଡିଶା ଖବର...

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ