3 ପ୍ରକାର କ୍ୟାନସର ଔଷଧ ଉପରୁ କମିବ କଷ୍ଟମ ଡ୍ୟୁଟି
by Argus News
Tue, Jul 23 | 2:16 p.m.

ଅର୍ଗସ ବ୍ୟୁରୋ:   ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍ ଉପସ୍ଥାପନ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଏହି ବଜେଟ୍ ଉପସ୍ଥାପନ କରିଛନ୍ତି । ବଜେଟ୍ ରେ 3 ପ୍ରକାର କ୍ୟାନସର ଔଷଧ ଉପରୁ କଷ୍ଟମ ଡ୍ୟୁଚି କମିବ ବା ସୀମା ଶୁଳ୍କ ଛାଡ ହେବା ନେଇ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । ଫଳରେ ମେଡିକାଲ ଯନ୍ତ୍ରପାତି ଶସ୍ତା ହେବ । ଶସ୍ତା ହେଲା କ୍ୟାନସର ଔଷଧ । 3 ପ୍ରକାର କ୍ୟାନସର ଔଷଧ ଉପରୁ କଷ୍ଟମ ଡ୍ୟୁଚି କମିବ ବା ସୀମା ଶୁଳ୍କ ଛାଡ ହେବ । ଔଷଧ ଏବଂ ମେଡିକାଲ ଜିନିଷ ଉପରୁ କଷ୍ଟମ ଡ୍ୟୁଟି କମିବ । ଯାହା ଗରିବ ଓ ମଧ୍ୟବିତଙ୍କୁ ଆଶ୍ୱସ୍ତି ଦେଇଛି । 

ବଜେଟ ୨୦୨୪: ୧୦ ଲକ୍ଷରୁ ୨୦ ଲକ୍ଷକୁ ବଢିଲା ମୁଦ୍ରା ଲୋନ୍

ଗରିବ,ମହିଳା, ଯୁବବର୍ଗ ଓ କୃଷକଙ୍କ ଉପରେ ସରକାରଙ୍କ ଫୋକସ୍  । ୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ରୋଜଗାର ଦେବା ପାଇଁ ଲକ୍ଷ୍ୟ । ୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ। ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ମିଳିବ। ସରକାରୀ ସହାୟତାରେ ଛାତ ଉପରେ ଲାଗିବ ସୋଲାର ପ୍ୟାନେଲ। ପ୍ରତି ଘରୁ ମାସିକ ୩ଶହ ୟୁନିଟ ବିଜୁଳି ଉତ୍ପାଦନ ଲକ୍ଷ୍ୟ ।୨୫ ହଜାର ଗାଁକୁ ପକ୍କା ରାସ୍ତା ନିର୍ମାଣ କରାଯିବ। ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ତିଆରି ହେବ ରାସ୍ତା। ନିଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା ।

ଭାରତ ଯୁବ ବର୍ଗ ଙ୍କୁ ଆତ୍ମନିର୍ଭର ପାଇଁ ଯୋଜନା । ଚାଷୀଙ୍କ ଉତ୍ପାଦର ଷ୍ଟୋରେଜ ଓ ମାର୍କେଟିଂ ପାଇଁ ବିଶେଷ ବ୍ୟବସ୍ଥା ହେବ।ଚାଷୀଙ୍କ ପାଇଁ ୧୦ ହଜାର ବାୟୋ ରିସର୍ଚ୍ଚ କେନ୍ଦ୍ର ପ୍ରତିଷ୍ଠା ହେବ। କୃଷି କ୍ଷେତ୍ର ପାଇଁ ୧ ଲକ୍ଷ ୫୨ ହଜାର କୋଟିର ପ୍ରାବଧାନ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନଯୋଜନା ୫ ବର୍ଷ ବଢ଼ାଯାଇଛି । ୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି ଦେବା ନେଇ ଘୋଷଣା ହୋଇଛି ।
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା