ଭୁବନେଶ୍ୱରରୁ ମାଲକାନଗିରି ଯାଉଥିଲା ନାଇଟ କୋଚ୍
by Argus News
Sat, Jul 20 | 9:20 a.m.

ବୌଦ୍ଧ: ୨୦ ଫୁଟ ତଳକୁ ଓଲଟିଲା ବସ । ୪୦ ଆହତ ୨୦ ଗୁରୁତର  । ୩ ଗୁରୁତରଙ୍କୁ ବୁର୍ଲା ସ୍ଥାନାନ୍ତର । ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ମହାଦେବ ନାମକ ଏକ ଘରୋଇ ବସ  ଭୁବନେଶ୍ୱରରୁ ମାଲକାନଗିରି ଅଭିମୁଖେ ଯାଉଥିବା ବେଳେ ବୌଦ୍ଧ ଥାନା ୫୭ନମ୍ବର ଜାତୀୟ ରାଜପଥ ସ୍ଥିତ ସରସର ନିକଟ ଏକ ସେତୁର ୨୦ ଫୁଟ ତଳକୁ ବସଟି ଭାରସାମ୍ୟ ହରାଇ ଖସିପଡ଼ିଥିଲା। 

ଖବର ପାଇ ଅଗ୍ନିଶମ ବହିନୀ ଓ ପୋଲିସ ଘଟଣା ସ୍ଥଳରେ ପହଞ୍ଚି । ସମସ୍ତ ଆହତଙ୍କୁ ଉଦ୍ଧାର କରି ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।  ତେବେ ୪୦ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୭ ଜଣ ଗୁରୁତର ଓ ୩ ଜଣଙ୍କୁ ବୁର୍ଲା ସ୍ଥାନାନ୍ତରିତ କରାଯାଇଛି । ତେବେ ବସ ଚାଳକ ଓ ହେଲପର ମଦ୍ୟପାନ କରିଥିବା କିଛି ଯାତ୍ରୀ ଅଭିଯୋଗ କରିଥିବା ବେଳେ ପୋଲିସ ୨ ଜଣଙ୍କୁ ଅଟକ ରଖି ତଦନ୍ତ ଚଳାଇଛି ।

ଆହୁରି ପଢନ୍ତୁ ଓଡିଶା ଖବର...
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା