ଜାଣନ୍ତୁ, କେତୋଟି ଆସନରୁ ନିର୍ବାଚନ ଲଢିପାରିବେ ଜଣେ ପ୍ରାର୍ଥୀ ?
by Argus News
Tue, May 07 | 1:29 p.m.

ଅର୍ଗସ ବ୍ୟୁରୋ : ଭାରତରେ ଲୋକସଭା ନିର୍ବାଚନରେ ଦୁଇଟି ଆସନ କିମ୍ବା ନିର୍ବାଚନମଣ୍ଡଳୀରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀ ରହିଛନ୍ତି । ଏହା ଏକ ସାଧାରଣ କଥା ନୁହେଁ, ଯଦିଓ କିଛି ଆଇନଗତ ବ୍ୟବସ୍ଥା ଏବଂ ଏହାର ମଧ୍ୟ କିଛି ଅତିହାସିକ ଉଦାହରଣ ରହିଛି । ନିକଟରେ ଏଭଳି ଘଟଣା ଦେଖିବାକୁ ମିଳିଛି । ଚଳିତ ନିର୍ବାଚନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ୍ବାଇନାଡ ଓ ରାଏବରେଲୀରୁ ପ୍ରାର୍ଥୀ ହୋଇଛନ୍ତି । ସେ ଏକମାତ୍ର ନେତା ଯିଏକି ଦୁଇଟି ଆସନରୁ ପ୍ରାର୍ଥୀ ହୋଇଛନ୍ତି । ପୂର୍ବରୁ ଜଣେ ପ୍ରାର୍ଥୀ ବହୁ ଆସନରେ ଲଢିବାର ବ୍ୟବସ୍ଥା ଥିଲା । ମାତ୍ର ୧୯୯୬ରେ ଜନ ପ୍ରତିନିଧି ଆଇନର ଧାରା ୩୩କୁ ସଂଶୋଧନ କରାଯିବା ପରେ ଏହି ସଂଖ୍ୟା ଦୁଇକୁ ହ୍ରାସ ପାଇଥିଲା ।

ସେହି ଅନୁସାରେ ବିଭିନ୍ନ ସମୟରେ ନେତାମାନେ କେବଳ ଦୁଇଟି ଆସନରେ ପ୍ରାର୍ଥୀ ହୋଇପାରୁଛନ୍ତି । ପୂର୍ବ ଆଇନ ଅନୁସାରେ ୧୯୫୭ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପାୟୀ ଏକାଦିକ୍ରମେ ମଥୁରା, ଲକ୍ଷ୍ମୌ ଓ ବଳରାମପୁରରୁ ଠିଆ ହୋଇଥିଲା । ସେ କେବଳ ବଳରାମପୁରରୁ ନିର୍ବାଚିତ ହୋଇଥିଲେ । ୧୯୬୨ରେ ବି ସେ ବଳରାମପୁର ଓ ଲକ୍ଷ୍ମୌରୁ ଲଢି ଦୁଇଟିଯାକ ଆସନରୁ ହାରିଯାଇଥିଲେ । ୧୯୯୧ରେ ବାଜପାୟୀ ବିଦିଶା ଓ ଲକ୍ଷ୍ମୌରୁ ଲଢି ଦୁଇଟି ଯାକ ଆସନରୁ ମଧ୍ୟ ବିଜୟୀ ହୋଇଥିଲେ । ସେହିଭଳି ୧୯୯୬ରେ ସେ ଗାନ୍ଧୀନଗର ଓ ଲକ୍ଷ୍ମୌରୁ ଲଢି ଦୁଇଟି ଯାକ ଆସନରେ ବିଜୟୀ ହୋଇଥିବାବେଳେ ଲକ୍ଷ୍ମୌ ଆସନ ରଖି ଗାନ୍ଧୀନଗର ଛାଡିଦେଇଥିଲେ । 

ଅଧିକ ପଢନ୍ତୁ ଭାରତ ଖବର

ସେହିଭଳି, ୧୯୯୯ରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ରାଏବରେଲୀ ଓ ଆମେଥିରୁ ଲଢିଥିଲେ । ସେ ଦୁଇଟି ଯାକ ଆସନରୁ ବିଜୟୀ ହୋଇଥିଲେ । ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ନୂଆଦିଲ୍ଲୀ ଓ ଗାନ୍ଧୀନଗରରୁ ଲଢିଥିଲେ । ସେ ଦୁଇଟି ଯାକ ଆସନରୁ ବିଜୟୀ ହୋଇଥିଲେ । ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭଦୋଦରା ଓ ବାରାଣସୀରୁ ଲଢି ଦୁଇଟିଯାକରେ ବିଜୟୀ ହୋଇଥିଲେ । ତେବେ ସେ ବାରାଣସୀକୁ ରଖି ଭଦୋଦରା ଛାଡିଦେଇଥିଲେ । 

HELICOPTER CARRYING
କୁହୁଡ଼ି ଓ ଖରାପ ପାଗ ଏହି ଦୁର୍ଘଟଣାର କାରଣ ବୋଲି କୁହାଯାଉଛି
ଅର୍ଗସ ବ୍ୟୁରୋ : ଇରାନରେ ଘଟିଲା ବଡ଼ ଦୁର୍ଘଟଣା । ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀ
ରୋଡ ସୋ'
ରାଜଭବନରେ ପ୍ରଧାନମନ୍ତ୍ରୀ, କାଲି ମୋଦିଙ୍କ ରୋଡ ସୋ'
ଭୁବନେଶ୍ୱର: ରାଜଭବନ ଅଭିମୁଖେ ପ୍ରଧାନମନ୍ତ୍ରୀ। ପରିଚାଳନା କମିଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ କରି ରାଜଭବନରେ ଅଭିମୁଖେ ଯାଉଛନ୍ତି ମୋଦି। ରାଜଭବନରେ ରାତ୍ରୀଯାପ
PM MODI
ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ କଲେ ଆଲୋଚନା
ଅର୍ଗସ ବ୍ୟୁରୋ : ଗୁରୁ ମନ୍ତ୍ର ବି ଦେଲେ ମୋଦି । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍