ଟ୍ରକକୁ ପିଟିଲା କାର, ୨ ମୃତ
by Argus News
Sat, Dec 02 | 11:16 a.m.

ଅର୍ଗସ ବ୍ୟୁରୋ: ବିଳମ୍ବିତ ରାତିରେ ପାହାଳ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଆହତ ହୋଇଛନ୍ତି। ଟ୍ରକକୁ ପଛରୁ ପିଟିଲା ଦ୍ରୁତଗାମୀ କାର। ଟ୍ରକଟି ରାସ୍ତା କଡ଼ରେ ପାର୍କିଂ ହୋଇଥିବା ବେଳେ କଟକ ଆଡୁ ଭୁବନେଶ୍ୱର ଆଡେ ଆସୁଥିବା ଏକ କାର ପଛରୁ ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଥିଲେ। ରାତି ପ୍ରାୟ ୨ଟା ସମୟରେ ଏହି ଦୁର୍ଘଟଣା ଘଟିଛି। 

ଆଇଆଇସିଙ୍କ ସ୍ପଷ୍ଟ ସୂଚନା ଅନୁଯାୟୀ, ଗାଡ଼ିରେ ୩ ଜଣ ରହିଥିଲେ। ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଏସସିବି ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ମୃତକ ହେଲେ ଭଦ୍ରକ ସୁଶୀଲ କର ଏବଂ ଅନ୍ୟ ଜଣେ ହେଉଛନ୍ତି ଯାଜପୁର ଜିଲ୍ଲାର ଅମୂଲ୍ୟ ଦାସ। ଦୁର୍ଘଟଣାଟି ଅତି ଭୟଙ୍କର ଥିଲା ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ତେବେ ଦୁର୍ଘଟଣାର କାରଣ ଏଯାଏ ଜଣାପଡ଼ିନାହିଁ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ରାଜ୍ୟରେ ଲାଗୁ ହେବ
now
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର