ରାଜ୍ୟରେ ଆହୁରି ୩ଦିନ ବର୍ଷା ସମ୍ଭାବନା: ୨୮ ଯାଏଁ କୋହଲା ପାଗ
by Argus News
Mon, Feb 26 | 2:52 p.m.

ଅର୍ଗସ ବ୍ୟୁରୋ: ରାଜ୍ୟରେ ଆହୁରି ତିନି ଦିନ ବର୍ଷା। ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଉପକୂଳ ଓଡ଼ିଶାରେ ଅଧିକାଂଶ ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ସେହିପରି ୨୮ ତାରିଖ ପର୍ଯ୍ୟନ୍ତ ପାଗ କୋହଲା ରହିବ। ଆସନ୍ତା ୪ଦିନ ଯାଏ ତାପମାତ୍ରା ମଧ୍ୟ କମ ରହିବ। 

ରବିବାର ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ସନ୍ଧ୍ୟା ସୁଦ୍ଧା ବାଲେଶ୍ବରରେ ୧୦.୫ ମିମି ବର୍ଷା ରେକର୍ଡ ହୋଇଛି। ଭବାନୀପାଟଣାରେ ୭.୬ମିମି ବର୍ଷା ରେକର୍ଡ ହୋଇଛି। ଗତ ୨୪ ଘଣ୍ଟାରେ ଖୋର୍ଦ୍ଧାର ବାଣପୁରରେ ୧୦୫ ମିମି ବର୍ଷା ହୋଇଛି। ଗଞ୍ଜାମର ବେଲଗୁଣ୍ଠାରେ ୯୬.୬, ଚିଲିକାରେ ୫୪, ଗଞ୍ଜାମର ବୁଗୁଡ଼ାରେ ୪୮, ଭଞ୍ଜନଗରରେ ୩୮, ଦାରିଙ୍ଗବାଡ଼ିରେ ୨୦ ଓ ଟିଟଲାଗଡ଼ରେ ୧୫ ମିମି ବର୍ଷା ରେକର୍ଡ ହୋଇଛି। ବର୍ଷା ଯୋଗୁ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା କମିଛି। ମାଲକାନଗିରିରେ ଦିନ ତାପମାତ୍ରା ସର୍ବାଧିକ ୩୫.୨ ଡିଗ୍ରୀ ରହିଛି। ରାୟଗଡ଼ାରେ ୩୪.୪ ଓ ପାରଳାଖେମୁଣ୍ଡିରେ ୩୪.୨ ରହିଛି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ