ଘୂର୍ଣ୍ଣିବଳୟ ସମ୍ଭାବନା , କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା
by Argus News
Fri, Jul 05 | 8:59 a.m.

ଅର୍ଗସ ବ୍ୟୁରୋ : ରାଜ୍ୟରେ ଜାରି ରହିଛି ବର୍ଷା। ଉପକୂଳରୁ ଦକ୍ଷିଣ ସବୁଠି ଜାରି ରହିଛି ବର୍ଷା। ଆଗାମୀ ୪ ଦିନ ଧରି ରାଜ୍ୟର କିଛି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଆସନ୍ତା ୬ ତାରିଖ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଯାହାର ପ୍ରଭାବରେ ୬ ଏବଂ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର।

ଅଧିକ ପଢନ୍ତୁ : ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ବର୍ଷା, ୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଓଡିଶାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼,ଦେବଗଡ଼, ଝାରସୁଗୁଡା, ଅନୁଗୁଳ, ସମ୍ବଲପୁର, ବରଗଡ଼, ବଲାଙ୍ଗୀର ,କଳାହାଣ୍ଡିରେ ଆଗାମୀ ୨୪ ଘଣ୍ଟା ପାଇଁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି। ସେହିପରି ମୌସୁମୀ ସିଜିନରେ ଏଯାଏ ରାଜ୍ୟରେ ୨୫ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ମାଲକାନଗିରି ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ୧୧ ଜିଲ୍ଲାରେ ସ୍ବାଭାବିକ ରହିଛି ବର୍ଷା ପରିମାଣ। ମୟୂରଭଞ୍ଜ ଜିଲ୍ଲାରେ ସବୁଠୁ କମ୍ ବର୍ଷା ହୋଇଥିବା ବେଳେ ୧୭ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ ରେକର୍ଡ କରିଛି ପାଣିପାଗ ବିଭାଗ।

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା