ମା'ଶାରଳାଙ୍କ ପୀଠରେ ଚନ୍ଦନ ଯାତ୍ରା ଆରମ୍ଭ
by Argus News
Fri, May 10 | 6:02 p.m.

ଅର୍ଗସ ବ୍ୟୁରୋ: ବୈଶାଖମାସ ଶୁକ୍ଳପକ୍ଷ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପାଳନ କରାଯାଇଥାଏ। ଏହି ଦିନେ ଚାଷୀମାନେ ଚାଷ ଅନୁକୂଳ କରିଥାନ୍ତି। କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ। 

ତେବେ ଏହି ଦିନଠାରୁ ଜଗତସିଂହପୁର ଜିଲ୍ଲାର ପ୍ରସିଦ୍ଧ ଓ ପ୍ରାଚୀନ ଶକ୍ତିପୀଠ ଝଙ୍କଡ଼ ବାସିନୀ ମା' ଶାରଳାଙ୍କ ପବିତ୍ର ଚନ୍ଦନ ଯାତ୍ରା ଆରମ୍ଭ ହୋଇଥାଏ। ଏହି ପବିତ୍ର ଅକ୍ଷୟ ତୃତୀୟାରେ ମା' ଶାରଦା ଜଗନ୍ନାଥ ଙ୍କ ବେଶ ସହ ଦୁର୍ଗାମାଧବକ ବେଶ ମଧ୍ୟ ହୋଇଥାନ୍ତି। ଆଜି ଠାରୁ ମା' ଶାରଳାଙ୍କ ସ୍ୱତନ୍ତ୍ର ପୂଜାବିଧି ସହ  ଦୀର୍ଘ ଏକୋଇଶି ଦିନ ଧରି ଲଟା ଭଉଁରୀ ଚାପ ଖେଳାଯାଏ ଯାହା ଅନ୍ୟ କୌଣସି ଠାରେ ଦେଖିବାକୁ ମିଳିନଥାଏ। ଗତବର୍ଷ ବାଣ ଅଘଟଣକୁ ଆଡେଇବା ପାଇଁ ଚଳିତବର୍ଷ ମନ୍ଦିର ପ୍ରଶାସନ ପକ୍ଷରୁ ବାଣ ଫୁଟା ବନ୍ଦ କରାଯାଇଛି। ଶ୍ରଦ୍ଧାଳୁ ମାନଙ୍କ ଦର୍ଶନ ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ପୋଲିସ
ପୋଲିସର ବର୍ରରତା, ମହିଳାଙ୍କ ଉପରେ ଲାଠିଚାର୍ଜ ସହ ଗୁଳିମାଡ
ବୌଦ୍ଧ : ଭୋଟ୍ ବିବାଦ । ପୋଲିସ ଜନତା ମୁହାଁମୁହିଁ । ବୌଦ୍ଧ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ମହେଶ୍ବରପିଣ୍ଡାରେ ପୋଲିସର ବର୍ବର ଗୁଳି ଚାଳନା । ଗାଁ ଲୋକ କଲେ ପୋଲିସ ଉପରକୁ ପଥରମାଡ଼
ସମ୍ବିଧାନ ମୁଖବନ୍ଧରେ
ସମ୍ବିଧାନ ମୁଖବନ୍ଧରେ ଅହିଂସା ଦାବି କରୁଥିବା ଦଳ, ଘଟାଉଛି ରାଜରାସ୍ତାରେ ହିଂସା
ଅର୍ଗସ ବ୍ୟୁରୋ: ବିଜେଡି ସାଜିଛି ରକ୍ତମୁଖା। ନିର୍ବାଚନକୁ ନେଇ ଗଡିଲା ମୁଣ୍ଡ। ରାଜନୈତିକ ହିଂସାର ଶିକାର ନିରୀହ ଲୋକ । ବରଗଡ଼ରେ ବିଜେଡି ଗୁଣ୍ଡାଙ୍କ ଶିକାର ହୋଇଛନ୍ତି ଜଣେ ଅଟୋ ଚାଳକ
ସମ୍ଭାବ୍ୟ ବାତ୍ୟାକୁ
ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସଜୀବୀଙ୍କ ପାଇଁ ଜାରି ହେଲା ସତର୍କ ସୂଚନା
ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମ୍ଭାବ୍ୟ ବାତ୍ୟାକୁ ନେଇ ଓଡିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ସତର୍କ ସୂଚନା ଜାରି କରିଛନ୍ତି । ଆଜି ପୂର୍ବାହ୍