ଚନ୍ଦ୍ରଶେଖରପୁର ଡିଏଭି ସ୍କୁଲ କ୍ୟାମ୍ପସ-୨ରେ ବୁଥ୍ ନଂ ୫୯ରେ ମତଦାନ ସାବ୍ୟସ୍ତ କଲେ କେନ୍ଦ୍ରମନ୍ତ୍ରୀ ଓ ଧର୍ମପତ୍ନୀ
by Argus News
Sat, May 25 | 6:49 p.m.

ଅର୍ଗସ ବ୍ୟୁରୋ : ଓଡ଼ିଶାର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ସମ୍ବଲପୁର ଲୋକସଭା ପ୍ରାର୍ଥୀ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ତାଙ୍କ ଧର୍ମପତ୍ନୀ ମ୍ରିଦୁଳା ଟି ପ୍ରଧାନ ୨୦୨୪ ଲୋକସଭା ଓ ବିଧାନସଭା ଆସନ ପାଇଁ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି । ଭୁବନେଶ୍ୱର ଉତ୍ତର ବିଧାନସଭା ନିର୍ବାଚନମଣ୍ଡଳୀ ଅଧୀନରେ ଚନ୍ଦ୍ରଶେଖରପୁର ଡିଏଭି ସ୍କୁଲ କ୍ୟାମ୍ପସ-୨ରେ ବୁଥ୍ ନଂ ୫୯ରେ ଭୋଟ୍ ଦେଇଛନ୍ତି ।

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଗଣତନ୍ତ୍ରର ଏହି ମହାନ ପର୍ବରେ ସାମିଲ ହୋଇ ମୁଁ ବେଶ୍ ଆନନ୍ଦିତ । ଭାରତର ଗଣତନ୍ତ୍ର ଦୁନିଆର ପ୍ରଭାବଶାଳୀ ଓ ପାରଦର୍ଶୀ ମଧ୍ୟ । ଲୋକତନ୍ତ୍ରରେ ପ୍ରତ୍ୟେକ ଭୋଟ୍ ଗୁରୁତ୍ୱପୂର୍ଣ୍ଣ । ପ୍ରଜାତନ୍ତ୍ରରେ ଭୋଟ୍ ଠାରୁ ପ୍ରଭାବଶାଳୀ ଆଉ କିଛି ନୁହେଁ । ସମ୍ବଲପୁର ଓ ଭୁବନେଶ୍ୱର ସମେତ ସାରା ରାଜ୍ୟରେ ନିଜ ମତାଧିକାର ସାବ୍ୟସ୍ତ କରିବା ପାଇଁ ଲୋକଙ୍କ ମଧ୍ୟରେ ବହୁତ ଉତ୍ସାହ ରହିଛି । ସମସ୍ତେ ଭୋଟ୍ ଦେବା ସହ ଆମର ଗଣତନ୍ତ୍ରକୁ ଆହୁରି ସଶକ୍ତ କରନ୍ତୁ । ମହିଳା ଓ ଯୁବ ଭୋଟରଙ୍କୁ ଅଧିକ ସଂଖ୍ୟାରେ ଭୋଟ୍ ଦେବାକୁ ସେ ନିବେଦନ କରିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଆହୁରି କହିଛନ୍ତି ଯେ, ଲୋକମାନେ ଆଜି ପରିବର୍ତ୍ତନ ମୁହାଁ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯାହା ନିବେଦନ କରିଛନ୍ତି, ଓଡ଼ିଶାବାସୀ ତାଙ୍କ ଉପରେ ଆଶୀର୍ବାଦ କରିବେ । ଦେଶରେ ମୋଦୀଙ୍କ ନେତୃତ୍ୱରେ ତୃତୀୟ ଥର ବିଜେପିର ସରକାର ହେବ । ଓଡ଼ିଶାର ୨୧ଟି ଲୋକସଭାରୁ ୨୧ ଲୋକସଭା ବିଜେପି ଜିତିବ । ଓଡ଼ିଶାରେ ମଧ୍ୟ ବିଜେପି ବହୁମତ ହାସଲ ନୂଆ ସରକାର ଗଠନ କରିବ । ମୋଦୀ ସରକାରରେ ଗରିବ, ଯୁବକ, ମହିଳା, କୃଷକ, ବଞ୍ଚିତ ବର୍ଗର ଲୋକମାନଙ୍କ କଲ୍ୟାଣ ହେବ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ଏହା ପୂର୍ବରୁ ଶ୍ରୀ ପ୍ରଧାନ ସମ୍ବଲପୁରରେ ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀ ମନ୍ଦିରରେ ପ୍ରଥମେ ଦର୍ଶନ କରିଥିଲେ । ପରେ ସମ୍ବଲପୁର ସଂସଦୀୟ କ୍ଷେତ୍ରର ବିଭିନ୍ନ ନିର୍ବାଚନମଣ୍ଡଳୀରେ ବୁଥରୁ ବୁଥ ବୁଲି ଜନସାଧାରଣ ଓ କାର୍ଯ୍ୟକର୍ତ୍ତାଙ୍କୁ ଭେଟିଥିଲେ । ସମ୍ବଲପୁର ଲୋକସଭା ଓ ବିଧାନସଭା ଆସନ ଗୁଡ଼ିକରେ ବିଜେପି ପ୍ରାର୍ଥୀ ବିଜୟୀ ହେବା ନେଇ ଶ୍ରୀ  ପ୍ରଧାନ ଦୃଢୋକ୍ତି ପ୍ରକାଶ କରିଛନ୍ତି ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ