ଆଜି ଅପରାହ୍ନ ୫ଟାରେ ନୀଳାଦ୍ରି ଭକ୍ତନିବାସ ଠାରେ ଛତିଶାନିଯୋଗ ବୈଠକ
by Argus News
Mon, Dec 11 | 10:22 a.m.

ଅର୍ଗସ ବ୍ୟୁରୋ: ଆଜି ଅପରାହ୍ନ ୫ଟାରେ ନୀଳାଦ୍ରି ଭକ୍ତନିବାସ ଠାରେ ଛତିଶାନିଯୋଗ ବୈଠକ ଅନୁଷ୍ଠିତ ହେବ । ଚଳିତମାସ ୧୬ ରୁ ଜାନୁୟାରୀ ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଶ୍ରୀଜୀଉଙ୍କ ପହିଲି ଭୋଗ ସହ ୧୫ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଧନୁ ସଂକ୍ରାନ୍ତି ଓ  ଜାନୁୟାରୀ ୨୫ ତାରିଖରେ ହେବାକୁ ଥିବା ଦେବାଭିଷେକ ନୀତି ସମ୍ପର୍କରେ ଆଲୋଚନା କରାଯାଇ ନୀତିନିର୍ଘଣ୍ଟ କରାଯିବ । ନୂଆବର୍ଷ ପୂର୍ବଦିନ 31 ତାରିଖ ଦିନ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ଆବଶ୍ୟକ ପଡିଲେ ରାତ୍ରପହୁଡ଼ ଓ ଜାନୁୟାରୀ 1 ତାରିଖରେ ଦିବା ପହୁଡ ହେବ କି ନାହିଁ ସେ ସମ୍ପର୍କରେ ଆଲୋଚନା କରାଯିବ । ଆଜି ବୈଠକରେ ଚୂଡାନ୍ତ ନୀତିନିର୍ଘଣ୍ଟକୁ ଆଗାମୀ ପରିଚାଳନା କମିଟି ବୈଠକରେ ଅନୁମୋଦନ କରାଯିବ। 

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ନୂଆବର୍ଷରୁ ଭକ୍ତଙ୍କ ଲାଗୁ ହେବାକୁ ଥିବା ଡ୍ରେସକୋର୍ଡ ବ୍ୟବସ୍ଥା, ଶ୍ରୀମନ୍ଦିର ପରିସରରେ ପାନ ଗୁଟଖା ନିଷେଧ ସମେତ ଦିବ୍ୟାଙ୍ଗଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା ହେବ। ଏହାସହ ଜାନୁୟାରୀ 17 ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ ହେବାକୁ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ସମ୍ପର୍କରେ ମଧ୍ୟ ଆଲୋଚନା ହେବାର ସମ୍ଭାବନା ରହିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ