'ସମସ୍ତ ବିଧାୟକ ଓ ବିଧାୟିକା ନିଜ ନିଜ ନିର୍ବାଚନ ମଣ୍ଡଳୀରେ ରୁହନ୍ତୁ'
by Argus News
Tue, Oct 22 | 8:41 p.m.

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବୃଷ୍ଟିପାତକୁ ଦୃଷ୍ଟିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତ ବିଧାୟକ ଓ ବିଧାୟିକା ମାନଙ୍କୁ ନିଜ ନିଜ ନିର୍ବାଚନ ମଣ୍ଡଳୀରେ ରହିବାକୁ କହିଛନ୍ତି । ଜିଲ୍ଲା ପ୍ରଶାସନ ସହିତ ସମନ୍ବିତ ଭାବେ ବାତ୍ୟା ମୁକାବିଲା କରିବାକୁ କହିଛନ୍ତି ସିଏମ୍ ।  

 

ରିଲିଫ ଓ ଉଦ୍ଧାର କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ସମସ୍ତ ବିଧାୟକ-ବିଧାୟିକାମାନେ ନିଜ ନିଜ ନିର୍ବାଚନ ମଣ୍ଡଳୀରେ ଉପସ୍ଥିତ ରହିବାକୁ ସୋସିଆଲ ମିଡିଆ `X' ରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ସମସ୍ତ ବିଧାୟକ/ବିଧାୟିକା ନିଜ ନିଜ ଅଞ୍ଚଳବାସୀଙ୍କ ସହିତ ରହି ସେମାନଙ୍କୁ ଆବଶ୍ୟକୀୟ ସହାୟତା ଦେବା ପାଇଁ ଯଥା ସମ୍ଭବ ପ୍ରୟାସ କରନ୍ତୁ ବୋଲି ସେ ଲେଖିଛନ୍ତି ।

ସମ୍ଭାବ୍ୟ ବାତ୍ୟା `ଦାନା' ପାଇଁ ଏଏସଆଇ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି । ପର୍ଯ୍ୟଟକଙ୍କ ପାଇଁ ଐତିହ୍ୟସ୍ଥଳ ଓ ସଂଗ୍ରହାଳୟ ଗୁଡିକ ବନ୍ଦ ରହିବ। ଶ୍ରୀମନ୍ଦିର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ।  ଶ୍ରୀମନ୍ଦିର ଭିତରେ ଥିବା ସେଡ୍‌ ଓ ଅବରୋଧ ହଟାଇବାକୁ  ଶ୍ରୀମନ୍ଦିର ପ୍ରଶାସନ ପଦକ୍ଷେପ ନେବ । କୋଣାର୍କ ସୂର୍ଯ୍ୟ ମନ୍ଦିରରେ ଜଳ ନିଷ୍କାସନ ପାଇଁ ଉଚ୍ଚକ୍ଷମତା ସମ୍ପନ୍ନ ପମ୍ପିଂ ସେଟ୍ ରହିବ।

ପ୍ରତ୍ୟେକ ଐତିହ୍ୟ ସ୍ଥଳ ଓ ସଂଗ୍ରହାଳୟ ଗୁଡିକରୁ ହାଲୁକା ସାମଗ୍ରୀ ଗୁଡିକ ଖୋଲାଯିବ। ଓଭର ହେଡ଼ ଟ୍ୟାଙ୍କ୍ ଜଳ ଭର୍ତ୍ତି ରହିବା ନେଇ ଏଏସଆଇ ପକ୍ଷରୁ ସୂଚନା ଦିଆଯାଇଛି ।

ଅକ୍ଟୋବରରେ ବାତ୍ୟା ହେବ ବୋଲି କହିଥିଲା ପାଞ୍ଜି !


 

ଗ୍ୟାସ ସିଲିଣ୍ଡର
ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ୬ ମୃତ
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି। ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ ଏଏନଆ
ବେଙ୍ଗାଲୁରୁରେ ନିର୍ମାଣ
ବେଙ୍ଗାଲୁରୁରେ ନିର୍ମାଣାଧୀନ କୋଠା ଭୁଶୁଡ଼ିଲା: ଜଣେ ମୃତ
ଅର୍ଗସ ବ୍ୟୁରୋ: ବେଙ୍ଗାଲୁରୁରେ ଗତ କିଛି ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି । ଏଥିପାଇଁ ଜନଜୀବନ ପ୍ରଭାବିତ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସହରରେ ଏକ ନିର୍ମାଣାଧୀନ ବହୁତଳ କୋଠା ଭୁଶୁଡ଼
AUSTRALIA
ଅଷ୍ଟ୍ରେଲିଆରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ
ଅର୍ଗସ ବ୍ୟୁରୋ: ଅଷ୍ଟ୍ରେଲିଆରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଗତ ଦୁଇ ଦିନ ଧରି ସିଙ୍ଗାପୁରରେ ସମସ୍ତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଆଜି ଅଷ୍ଟ୍ରେଲିଆର ମେଲବର୍ଣ୍ଣର