ଅକ୍ଟୋବର ୨୮ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
by Argus News
Thu, Oct 24 | 4:16 p.m.

ଭୁବନେଶ୍ୱର:  ଆଗାମୀ ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ସମ୍ଭାବ୍ୟ ବାତ୍ୟା ‘ଦାନା‘ ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର  କାର୍ଯ୍ୟକୁ  ଦୃଷ୍ଟିରେ ରଖି, ଅକ୍ଟୋବର ୨୮ ରେ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ ।  ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇନ ଯୋଗେ ପଞ୍ଜୀକରଣ କରିଥିଲେ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ । ସେମାନଙ୍କ ପାଇଁ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
 

DANA UPDATE
52m ago
'ଲୋକମାନେ ଆତଙ୍କିତ ନହୋଇ ପ୍ରଶାସନିକ ନିର୍ଦ୍ଦେଶାବଳୀକୁ ପାଳନ କରନ୍ତୁ'
ଭଦ୍ରକ: ଧାମରାରେ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ବାତ୍ୟା ମୁକାବିଲା ପାଇଁ ଆମେ ପ୍ରସ୍ତୁତ, ଲୋକଙ୍କ ସୁରକ୍ଷା ଆମର ପ୍ରାଥମିକତା, ଜିରୋ କାଜୁଆଲଟ
CYCLONE UPDATE
ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ‘ଦାନା’
ଅର୍ଗସ ବ୍ୟୁରୋ: ପାରାଦୀପ ଠାରୁ 150 କି.ମି ଦୂରରେ ବାତ୍ୟା ଦାନା । ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ‘ଦାନା’ । ଗତ ୬ ଘଣ୍ଟାରେ ୧୦ କି.ମି ବେଗରେ ଗତି କରୁଛି । ପାରାଦୀପ
CYCLONE DANA
Cyclone Breaking : ଧୀରେ ଧୀରେ ଉତ୍ପାତ କଲାଣି ସମୁଦ୍ର
ଅର୍ଗସ ବ୍ୟୁରୋ: ୩ ଜିଲ୍ଲାରେ ବେଶୀ ପବନ ହେବ କହିଲେ IMD ଡିଜି । କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ବରରେ ବେଶୀ ପବନ ହେବ । ଏହି ୩ ଜିଲ୍ଲାରେ ୧୦୦ରୁ ୧୨୦ କିମି ପବନ ବହିପାରେ । ଏବ