୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
by Argus News
Sat, Jun 29 | 7:22 a.m.

ଅର୍ଗସ ବ୍ୟୁରୋ : ୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ଦାୟିତ୍ବ ନେବା ପରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂଦେଓ ଦିଲ୍ଲୀ ଗସ୍ତ କରିଛନ୍ତି ।  ତୃତୀୟ ଦିନରେ ମୁଖ୍ୟମନ୍ତ୍ରୀଙ୍କ ବିଭିନ୍ନ କାର୍ଯକ୍ରମ ରହିଛି। ଆଜି ସକାଳ 9ଟାରେ ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିବେ । ଏହା ପରେ ଭାରତ ରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ସୈଦେବ ଅଟଳରେ ଶ୍ରଦ୍ଧା ସୁମନ ଅର୍ପଣ କରିବେ ।

ଅଧିକ ପଢନ୍ତୁ : ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଏହା ପରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଜୟ ସଙ୍କରଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।ଏହା ସହିତ ଦିଲ୍ଲୀରେ ଥିବା ହଜଖସ୍ ଏବଂ ତ୍ୟାଗରାଜ ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେହିପରୀ ଗତକାଲି ଗୃହମନ୍ତ୍ରୀ ଅମିତ୍ ଶାହା, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ସେଖାୱତ, ବିଜେପି ସଧାରଣ ସମ୍ପାଦକ ବି ଏଲ ସନ୍ତୋଷ, ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ପ୍ରମୁଖଙ୍କୁ ଭେଟିଥିଲେ । ଏହା ସହ ପ୍ରଧାନମନ୍ତ୍ରୀଙ୍କ ସହିତ ବିକଶିତ ଓଡିଶା ବିକଶିତ ଭାରତ ନେଇ ଆଲୋଚନା କରିଥିଲେ ।

ଶ୍ରୀଜିଉ
43m ago
11 ଦିନର ନିରବଚ୍ଛିନ୍ନ ସେବା ପରେ ସୁସ୍ଥ ହେଲେ ଶ୍ରୀଜିଉ
ପୁରୀ: 11 ଦିନର ନିରବଚ୍ଛିନ୍ନ ସେବା ପରେ ସୁସ୍ଥ ହେଲେ ଶ୍ରୀଜିଉ । ଗଜପତିଙ୍କୁ ଦିଆଗଲା ମହାପ୍ରଭୁଙ୍କ ସୁସ୍ଥତା ସନ୍ଦେଶ । ଅନବସର ଦ୍ବାଦଶୀରେ ଆଜି ଶ୍ରୀମନ୍ଦିରରେ ରାଜପ୍ରସାଦ ବିଜେ ନୀତ
ହଡ଼ପ
53m ago
ମିଳିମିଶି ହଡ଼ପ କଲେ ଗରିବ ଶ୍ରମିକଙ୍କର 40 କୋଟିରୁ ଅଧିକ ଟଙ୍କା
ରାୟଗଡ଼ା : ରାୟଗଡ଼ା ଶ୍ରମ ବିଭାଗ କେଳେଙ୍କାରୀରେ ସମ୍ପୃକ୍ତ ତଳୁ ଉପର ବହୁ ଅଧିକାରୀ । ମିଳିମିଶି ହଡ଼ପ କଲେ ଗରିବ ଶ୍ରମିକଙ୍କର 40 କୋଟିରୁ ଅଧିକ ଟଙ୍କା । କେବଳ ଜଣଙ୍କୁ ନିଲମ୍ବନ କରି ଚୁପ
ବିଜେଡି ସରକାର
7 ବ୍ୟାରେଜ ନିର୍ମାଣ ଘୋଷଣା କରି ଧୋକା ଦେଇଥିଲେ ବିଜେଡି ସରକାର
କଟକ: ବଦଳିଲା ସରକାର ବଦଳିବ ମହାନଦୀ ଅବବାହିକାର ଭାଗ୍ୟ । ହୀରାକୁଦ ତଳମୁଣ୍ଡରେ 2ଟି ବ୍ୟାରେଜ୍ ନିର୍ମାଣ କରିବେ ରାଜ୍ୟ ସରକାର । ବିକଶିତ ହେବ ସମ୍ବଲପୁରର ଅଯୋଧ୍ୟା ସରୋବର । ମହାନଦୀର 52