ନୀତି ଆୟୋଗର ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
by Argus News
Fri, Jul 26 | 8:01 p.m.

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆସନ୍ତାକାଲି ନୀତି ଆୟୋଗର ବୈଠକରେ ଯୋଗ ଦେବାର ରହିଛି କାର୍ଯ୍ୟକ୍ରମ। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀ ଗସ୍ତ କରିପାରନ୍ତି। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବାର ଅଛି। ଏଥିରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବେ। 

ଏହି ବୈଠକରେ ୨୦୪୭ ସୁଧା ଭାରତକୁ ବିକଶିତ ଦେଶ କରି ଗଢ଼ିବା ଉପରେ ଆଲୋଚନା ହେବ। ଯୋଗଦେଇଥିବା ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ବିଭିନ୍ନ ପରାମର୍ଶ ରଖିବେ। 

ଏହାସହ ନିଜ ରାଜ୍ୟର କଥା ମଧ୍ୟ ବୈଠକରେ ଉପସ୍ଥାପନ କରିବେ। ତେବେ ଏହି ବୈଠକରେ ଇଣ୍ଡି ମେଂଟର ସଦସ୍ୟ ଥିବା କିଛି ଦଳର ମୁଖ୍ୟମନ୍ତ୍ରୀ ଯୋଗ ନଦେଇ ପାରନ୍ତି ବୋଲି ଚର୍ଚ୍ଚା ହେଉଛି। 
ତେବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନୀତି ଆୟୋଗ ବୈଠକରେ ଯୋଗଦେବେ ବୋଲି କୁହାଯାଉଥିଲା, ହେଲେ ସେ ମଧ୍ୟ ଯୋଗ ଦେଇ ନପାରନ୍ତି ବୋଲି ତୃଣମୂଳ କଂଗ୍ରେସ ସଙ୍କେତ ଦେଇଛି।

ଆହୁରି ପଢନ୍ତୁ ଓଡିଶା ଖବର...

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା