କେନ୍ଦ୍ରାପଡାର ପୂର୍ବତନ ସାଂସଦ ପ୍ରଭାତ ସାମନ୍ତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
by Argus News
Thu, Oct 17 | 5:28 p.m.

କେନ୍ଦ୍ରାପଡା: କେନ୍ଦ୍ରାପଡା ଲୋକସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ସାଂସଦ ପ୍ରଭାତ ସାମନ୍ତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ସାମନ୍ତରାୟ ଜଣେ ଦକ୍ଷ ରାଜନେତା ତଥା ସମାଜସେବୀ ଭାବରେ ସୁନାମ ଅର୍ଜନ କରିଥିଲେ ।  

କେନ୍ଦ୍ରାପଡା ଲୋକସଭା ନିର୍ବାଚନ ମଣ୍ଡଳୀର  ସାଂସଦ ଭାବେ ସେ କେନ୍ଦ୍ରାପଡା ତଥା ରାଜ୍ୟର ସମସ୍ୟାକୁ ସଂସଦରେ ଦକ୍ଷତାର ସହ ଉପସ୍ଥାପନ କରିଥିଲେ।   ଜିଲ୍ଲା ତଥା ରାଜ୍ୟର ବିକାଶ ପାଇଁ ଅନେକ ପଦକ୍ଷେପ ନେଇ ସେ ସାଧାରଣ ଲୋକଙ୍କ ଶ୍ରଦ୍ଧା ଭାଜନ ହୋଇପାରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ସ୍ବର୍ଗତ ସାମନ୍ତରାୟଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହିତ ପରଲୋକ ଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି।
 

ଉଚ୍ଚ ଜୁଆର
5m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
9m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ