ରତ୍ନଭଣ୍ଡାର କମିଟିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
by Argus News
Thu, Feb 29 | 2:18 p.m.

ଭୁବନେଶ୍ବର:  ରତ୍ନଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ କମିଟି ଗଠନ ହୋଇଛି । ତଦାରଖ କମିଟି ଗଠନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କମିଟିରେ ମୋଟ୍ 12 ଜଣ ସାମିଲ ହୋଇଛନ୍ତି । ଏହି କମିଟି ରତ୍ନଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଏବଂ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତି କାର୍ଯ୍ୟ  ତଦାରଖ କରିବେ । ଏହି କମିଟିରେ ଅଧ୍ୟକ୍ଷଙ୍କ ସହିତ ୧୨ ଜଣ ସଦସ୍ୟ ଅଛନ୍ତି ।

ଏହି କମିଟିରେ ଥିବା ଅନ୍ୟ ସଦସ୍ୟମାନେ ହେଲେ-
-    ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡ. ରମାକାନ୍ତ ପଣ୍ଡା, ଉପାଧ୍ୟକ୍ଷ
-    ଡ. ବିଧୁଭୁଷଣ ସାମଲ, ଆଲ୍ଲାହାବାଦ ବ୍ୟାଙ୍କର ପୂର୍ବତନ CMD
-    ଶ୍ରୀ ଏ.କେ. ସାବତ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ,
-    ପୁରୀ ଗଜପତି ମହାରାଜା   ତଥା ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ  ଶ୍ରୀ  ଦିବ୍ୟସିଂହ  ଦେବ  ଙ୍କ ପ୍ରତିନିଧି 


-    ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ପ୍ରତିନିଧି
-    ଶ୍ରୀ ଦୁର୍ଗାପ୍ରସାଦ ଦାସ ମହାପାତ୍ର, ସେବକ ପ୍ରତିନିଧି
-    ଶ୍ରୀ ମାଧବ ଚନ୍ଦ୍ର ମହାପାତ୍ର, ସେବକ ପ୍ରତିନିଧି
-    ଶ୍ରୀ ଜଗନ୍ନାଥ କର , ସେବକ ପ୍ରତିନିଧି
-    ଶ୍ରୀ ଗଣେଶ ମେକାପ, ଭଣ୍ଡାର ମେକାପ ସେବକ

-    ପୁରୀ ଜିଲ୍ଲାପାଳ ତଥା ଶ୍ରୀ ଜଗନ୍ନାଥ ମନ୍ଦିର ର ଉପମୁଖ୍ୟ ପ୍ରଶାସକ.
-    ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ- ସଦସ୍ୟ ଆବାହକ  ଭାବରେ  କାର୍ଯ୍ୟ  କରିବେ.


 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ