ମହିଳା ଓ ଶିଶୁ ବିକାଶ ମନ୍ତ୍ରୀଙ୍କ ଜିଲ୍ଲାରେ ଶିଶୁଙ୍କୁ ଅବହେଳା
by Argus News
Wed, Feb 28 | 7:04 p.m.

ଅର୍ଗସ ବ୍ୟୁରୋ:  ମହିଳା ଓ ଶିଶୁ ବିକାଶ ମନ୍ତ୍ରୀଙ୍କ ଜିଲ୍ଲାରେ ଶିଶୁଙ୍କୁ ଅବହେଳା। କେନ୍ଦ୍ରରେ ଦିଆଯାଉଛି ନିମ୍ନମାନର ଖାଦ୍ୟ। ମୟୂରଭଞ୍ଜ ବେତନଟୀ ବ୍ଲକ୍ ଦହିକୋଟି ପଞ୍ଚାୟତ ଭ୍ରମରଗୋଳା ଅଙ୍ଗନବାଡି କେନ୍ଦ୍ରରେ ବ୍ୟାପକ ଅବ୍ୟବସ୍ଥା ହେଉଥିବା ଅଭିଯୋଗ ହୋଇଛି। କେନ୍ଦକୁ ଠିକ୍ ସମୟରେ ଅଙ୍ଗନବାଡି କର୍ମୀ ଆସୁଥିବା ବେଳେ ଶିଶୁଙ୍କୁ ଦିଆଯାଉଥିବା ଖାଦ୍ୟରେ ବ୍ୟାପକ ହେରଫେର ହେଉଥିବା ଅଭିଯୋଗ ହୋଇଛି।

ମନ୍ତ୍ରୀଙ୍କ ଜିଲ୍ଲାରେ ଏଭଳି ଅବ୍ୟବସ୍ଥା ଅଞ୍ଚଳବାସୀଙ୍କୁ ନିରାସ କରିଛି। ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ଅଙ୍ଗନୱାଡି କେନ୍ଦ୍ରରେ ତାଲା ପକାଇ ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଲିଖିତ ଅଭିଯୋଗ କଲେ ମଧ୍ୟ କେହି ସମସ୍ୟାର ସମାଧାନ କରୁ ନଥିବା ଅଭିଯୋଗ ହୋଇଛି। କିଛି ମାସ ପୂର୍ବରୁ ବେତନଟୀ ବ୍ଲକ୍ ସନ୍ତୋରା ପଞ୍ଚାୟତ ମୁରୁକୁଣ୍ଡି ଅଙ୍ଗନବାଡି କେନ୍ଦ୍ରରେ ସମାନ ପରିସ୍ଥିତି କୁ ନେଇ ଖବର ପ୍ରସାରଣ ହୋଇଥିଲା । ମାତ୍ର ଏପର୍ଯ୍ୟନ୍ତ ଏହା ପ୍ରତି ପ୍ରଶାସନ ଦୃଷ୍ଟି ଦେଇନି ଆଉ ଏବେ ଭ୍ରମରଗୋଳା ଅଙ୍ଗନୱାଡି କେନ୍ଦ୍ରର ଅବ୍ୟସ୍ଥା ରାଜ୍ୟର ଅଙ୍ଗନୱାଡି କେନ୍ଦ୍ରର ସୁଚାରୁରୁପତା ଉପରେ ପ୍ରଶ୍ନବାଚୀ ଶୃଷ୍ଟି କରିଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର: 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ