କନ୍ଧମାଳ ଜିଲ୍ଲାରେ ପୁଣି ଲଜ୍ଜା, ଗର୍ଭବତୀ ହେଲେ ନବମ ଶ୍ରେଣୀ ଛାତ୍ରୀ
by Argus News
Thu, Nov 30 | 8:06 p.m.

ଅର୍ଗସ ବ୍ୟୁରୋ : କନ୍ଧମାଳ ଜିଲ୍ଲାରେ ପୁଣି ଲଜ୍ଜାଜନକ ଘଟଣା । ନବମ ଶ୍ରେଣୀରେ ପଢ଼ୁଥିବା ଜଣେ ଛାତ୍ରୀ ହେଲେ ୫ ମାସର ଗର୍ଭବତୀ । ଏପରି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲାରେ । ସୁଚନା ଅନୁସାରେ କନ୍ଧମାଳ ଜିଲ୍ଲାର ଏକ ଆଶ୍ରମ ବିଦ୍ୟାଳୟରେ ନବମ ଶ୍ରେଣୀରେ ପାଠ ପଢୁଥିଲେ ଛାତ୍ରୀ ଜଣକ । ବିଦ୍ୟାଳୟର ଛାତ୍ରୀନିବାସରେ ରହୁଥିବା ସମୟରେ ଛାତ୍ରୀ ଜଣକ ଅସୁସ୍ଥତା ଅନୁଭବ କରିଥିଲେ । ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରିବା ସମୟରେ ସେ ଗର୍ଭବତୀ ଥିବା ଜଣାପଡିଥିଲା । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଗତ ୨୫ ତାରିଖରେ ବିଦ୍ୟାଳୟ କର୍ତ୍ତୃପକ୍ଷ ତାଙ୍କୁ ଅଧିକ ପରୀକ୍ଷା ପାଇଁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ । ତେବେ ସେଠାରେ ଡାକ୍ତର ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରିଦେଇଥିଲେ । ବ୍ରହ୍ମପୁର ବଡ ମେଡିକାଲରେ ସବିଶେଷ ପରୀକ୍ଷା ପରେ ନାବାଳିକା ଛାତ୍ରୀ ଜଣକ ପାଞ୍ଚ ମାସର ଗର୍ଭବତୀ ଥିବା ଜଣାପଡିଥିଲା । ଏହାପରେ ଗତ ୨୫ ତାରିଖ ଦିନ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଜାତା ଦାସ ଏ ନେଇ ସଦର ଥାନାରେ ଏତାଲା ଦେଇଥିଲେ । 

ପୋଲିସ ନାବାଳିକାଙ୍କୁ ପଚରାଉଚରା କରିବା ପରେ ଏହି ଘଟଣା ପଛରେ ଜନୈକ ସ୍ଥାନୀୟ ଯୁବକଙ୍କ ହାତ ଥିବା ପୀଡିତା ନାବାଳିକା ପ୍ରକାଶ କରିଥିଲେ । ପୋଲିସ ଏ ନେଇ ୧୯୧/୨୩ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ପୀଡିତା ନାବାଳିକା ଛାତ୍ରୀଙ୍କୁ ଜିଲ୍ଲା ଶିଶୁ କଲ୍ୟାଣ ସମିତିରେ କାଉନସେଲିଂ କରାଯିବା ପରେ ସ୍ଥାନୀୟ ସଖୀ ୱାନ ଷ୍ଟପ ସେଣ୍ଟରରେ ରଖାଯାଇଛି । ଅପରପକ୍ଷରେ, ଅଭିଯୁକ୍ତ ଯୁବକ ଜଣକ ଫେରାର ହୋଇ ଯାଇଥିବା ତଦନ୍ତକାରୀ ଅଧିକାରୀ ସମ୍ବିତ ବେହେରା ପ୍ରକାଶ କରିଛନ୍ତି । 

ଅନ୍ୟ ପକ୍ଷରେ ଏଭଳି ଘଟଣା ଜନଜାତି ବିଭାଗ ପରିଚାଳିତ ବିଦ୍ୟାଳୟ ମାନଙ୍କରେ ଅନ୍ତେବାସିନୀ ମାନଙ୍କ ସୁରକ୍ଷାକୁ ନେଇ ପୁଣିଥରେ ପ୍ରଶ୍ନବାଚି ସୃଷ୍ଟି କରିଛି । ଜିଲ୍ଲା ମଙ୍ଗଳ ଅଧିକାରୀ ରବୀନ୍ଦ୍ର ନାଥ ମିଶ୍ର ଏ ସମ୍ପର୍କରେ ପଚାରିବାରୁ ଘଟଣାର ତଦନ୍ତ ଚାଲିଥିବା ଏବଂ ଯଦି ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଏଥିରେ କୌଣସି ଦୋଷ ତ୍ରୁଟି ପରିଲିକ୍ଷିତ ହୁଏ  ତେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ଦେଇଛନ୍ତି  l 

ରାଜ୍ୟରେ ଲାଗୁ ହେବ
11m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର