ରାଜଧାନୀରେ କୋଷ୍ଟଗାର୍ଡ DIG ଓ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର ଅଭିଯାଗ
by Argus News
Fri, Oct 18 | 8:39 a.m.

ଅର୍ଗସ ବ୍ୟୁରୋ: ନୟାପଲ୍ଲୀ ଥାନା ଅଞ୍ଚଳରେ କୋଷ୍ଟଗାର୍ଡ ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ୨ଜଣ ମଦ୍ୟପ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ସପିଂ ସାରି ଫେରୁଥିବା ବେଳେ କୋଷ୍ଟଗାର୍ଡ ଡିଆଇଜି ଏସ‌୍‌ଆର୍‌ ଦାଶ ଓ ତାଙ୍କ ପତ୍ନୀଙ୍କୁ କଳିଙ୍ଗ ଷ୍ଟାଡିୟମ ନିକଟ ରାସ୍ତାରେ ଅଟକାଇ ଦୁର୍ବ୍ୟବହାର କରିବା ସହ ପତ୍ନୀଙ୍କୁ ଆକ୍ରମଣ ପାଇଁ ଉଦ୍ୟମ କରିଥିଲେ। ଏହାକୁ ବିରୋଧ କରିବାକୁ ଯାଇ ଡିଆଇଜି ଓ ‌ଦୁଇ ରୋଡ୍‌ ରୋମିଓ ହାତାହାତି ହୋଇଥିଲେ। 

ଦୁର୍ବୃତ୍ତଙ୍କୁ ପୋଲିସ କାବୁ କରିଛି। କଳିଙ୍ଗ ଷ୍ଟାଡିୟମ ନିକଟରେ ୟୁ-ଟର୍ଣ୍ଣ ନେବା ସମୟରେ ସାଇଡ୍‌ ମରାକୁ କେନ୍ଦ୍ରକରି ଏହି ଘଟଣା ଘଟିଥିଲା। ବାଇକ୍‌ରେ ଯାଉଥିବା ଦୁଇ ରୋଡ୍‌ ‌ରୋମିଓ କାର୍‌ରେ ବସିଥିବା ଡିଆଇଜିଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର କରିଥିଲେ। ଡିଆଇଜି ନୂଆପଲ୍ଲୀ ଥାନାରେ ଅଭି‌ଯୋଗ କରିଛନ୍ତି। ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ଉଚ୍ଚ ଜୁଆର
4m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
7m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ