ରାଜ୍ୟର ସବୁ ବ୍ଲକରେ ପ୍ରତିଷ୍ଠା ହେବ ଶୀତଳ ଭଣ୍ଡାର: କୃଷ୍ଣଚନ୍ଦ୍ର ପାତ୍ର
by Argus News
Mon, Jun 24 | 1:31 p.m.

ଭୁବନେଶ୍ୱର: ରାଜ୍ୟର ସବୁ ବ୍ଲକରେ ପ୍ରତିଷ୍ଠା ହେବ ଶୀତଳ ଭଣ୍ଡାର। ଆଜି ଏମିତି ସୂଚନା ଦେଇଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। କହିଛନ୍ତି ଇସ୍ତାହାର ଅନୁଯାୟୀ ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ଖୋଲାଯିବ । ମୁଖ୍ୟମନ୍ତ୍ରୀ ସେ ଉପରେ ଗୁରୁତ୍ବ ଦେଉଛନ୍ତି । କ୍ୟାବିନେଟ ବୈଠକରେ ଏ ନେଇ ଖୁବଶୀଘ୍ର ଆଲୋଚନା କରାଯିବ। ଏଥିସହ ରାଜ୍ୟରେ ଆଳୁ ପିଆଜ ଦରବୃଦ୍ଧିର ସମୀକ୍ଷା କରିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ । ନାସିକରୁ ପିଆଜ କୁଇଣ୍ଟାଲ ପିଛା 2935 ଟଙ୍କାରେ କିଣା ଯାଉଛି । ପରିବହନ ଖର୍ଚ୍ଚ ସହିତ ଖୁଚୁରା ମାର୍କେଟ କିଲୋ ପିଛା ଦର 40 ଟଙ୍କା ରହିଛି ।

ବ୍ୟବସାୟୀଙ୍କ ଅନାବଶ୍ୟକ ହୋର୍ଡିଂ ଉପରେ ବିଭାଗ ନଜର ରଖିଛି । ସବୁ ଜିଲ୍ଲା ଯୋଗାଣ ଅଧିକାରୀଙ୍କୁ ବ୍ୟବସାୟୀଙ୍କ ସହ କଥା ହୋଇ ଷ୍ଟକ ଉପରେ ନଜର ରଖିବାକୁ କୁହାଯାଇଛି । ସରକାରଙ୍କ ନୀତି ନିୟମରେ ଖିଲାପି କଲେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ଆଳୁ ବି ନାସିକରୁ ଆସୁଥିବାରୁ ଦର ଉଚ୍ଚା ରହିଛି । କଲା କଳବଜାରୀ କରୁଥିବା ଲୋକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ କୁହାଯାଇଛି।

ଅଧିକ ପଢନ୍ତୁ ଓଡ଼ିଶା ଖବର

ଭାବବିହ୍ବଳ ହେଲେ
ଭାବବିହ୍ବଳ ହେଲେ ଦ୍ରାବିଡ...କହିଲେ ‘ମନେ ରହିବ ଏ ଟିମ୍‌'
ଅର୍ଗସ ବ୍ୟୁରୋ: ଭାରତୀୟ ଦଳ ବିଶ୍ବ ବିଜେତା ହୋଇ ସାରିଛି। ଭାରତ ଆଜି ଭାରତୀୟ ଦଳକୁ ନେଇ ଗର୍ବିତ। ଦୀର୍ଘ ଦିନର ସ୍ୱପ୍ନ ବି ସାକାର ହୋଇଛି । ଫ୍ୟାନ୍ସ ଖୁସି ଅଛନ୍ତି, ଟିମ୍ ଇଣ୍ଡିଆର ଖେଳାଳ
ଟି-୨୦ ବିଶ୍ୱକପ୍
ଟି-୨୦ ବିଶ୍ୱକପ୍ ଜିତିବା ପରେ ଭାରତୀୟ ଟିମ୍ ଉପରେ ଟଙ୍କା ବର୍ଷା
ଅର୍ଗସ ବ୍ୟୁରୋ: ଭାରତୀୟ କ୍ରିକେଟ ଟିମ୍ ଟି-୨୦ ବିଶ୍ୱକପ୍ ବିଜୟୀ ହୋଇ ଦ୍ୱିତୀୟଥର ପାଇଁ ଇତିହାସ ରଚିଛି । ଫାଇନାଲରେ ଦକ୍ଷିଣ ଅଫ୍ରିକାକୁ ୭ ରନରେ ପରାଜିତ କରିବା ପରେ ଭାରତୀୟ ଦଳକ
ସପ୍ତଶଯ୍ୟା ପାହାଡ଼ରେ
ସପ୍ତଶଯ୍ୟା ପାହାଡ଼ରେ ୫ ଛାତ୍ର ନିଖୋଜ
ଢେଙ୍କାନାଳ: ଢ଼େଙ୍କାନାଳ ଜିଲ୍ଲାର ସପ୍ତଶଯ୍ୟା ପାହାଡ଼ ବୁଲିବାକୁ ଯାଇ ୫ ଛାତ୍ର ନିଖୋଜ ହୋଇଥିବା ସୂଚନା ମିଳିଛି। ପାହାଡ଼ ଉପରକୁ ଯାଇ ଆଉ ଫେରିପାରୁନାହାନ୍ତି ଛାତ୍ର ମାନେ। ବାଟ ନ ପାଇବାର