କଟକରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ: ଆପତ୍ତିଜନକ ଭିଡିଓ ଉଠାଇ ବ୍ଲାକମେଲ୍ କରୁଥିଲା ବୟଫ୍ରେଣ୍ଡ୍
by Argus News
Fri, Nov 08 | 11:49 a.m.

ଅର୍ଗସ ବ୍ୟୁରୋ: କଟକ ସହରରେ ଲଜ୍ଜା। କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ଛାତ୍ରୀଙ୍କ ବୟଫ୍ରେଣ୍ଡ୍ ଓ ତା ସାଙ୍ଗ ମାନେ ମିଶି ଦିର୍ଘିଦିନ ଧରି ଗଣଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି। ଛାତ୍ରୀଙ୍କ ଅଶ୍ଲୀଳ ଭିଡିଓ କରିବା ସହ ତାଙ୍କୁ ବ୍ଲାକମେଲ କରିବାର ଅଭିଯୋଗ ହୋଇଛି। ଦଶହରା ସମୟରେ କଟକ ପୁରୀଘାଟ ଥାନା ଅଞ୍ଚଳରେ ଏକ କାଫେ ରେ ଛାତ୍ରୀ ଜଣକ ତାଙ୍କ ବୟଫ୍ରେଣ୍ଡ୍ ଙ୍କ ସହ ଜନ୍ମଦିନ ପାଳନ କରିଥିଲେ। ଏହାପରେ ସେଠାରେ ଛାତ୍ରୀଙ୍କ ଅଜାଣତରେ ଅଶ୍ଳୀଳ ଭିଡିଓ ଉତ୍ତୋଳନ କରିଥିଲେ ବୟଫ୍ରେଣ୍ଡ୍। 

ଆଉ ଏଥିରେ ସହଯୋଗ କରିଥିଲେ କାଫେ ଚଳାଉଥିବା ଭରତପୁର ଅଞ୍ଚଳର ଯୁବକ। ଏହି ଭିଡିଓ ରଖି କାଫେ ମାଲିକ ଓ ବୟଫ୍ରେଣ୍ଡ୍ ର ସାଙ୍ଗମାନେ ତାଙ୍କୁ ବାରଙ୍ଗ ଅଞ୍ଚଳର ଏକ ଘରକୁ ଡାକିଥିଲେ। ଛାତ୍ରୀ ଜଣକ ସେଠାରେ ପହଁଞ୍ଚିବା ପରେ ତାଙ୍କୁ ଗଣଦୁଷ୍କର୍ମ କରିଥିବା ନେଇ ବାଦାମବାଡ଼ି ଥାନାରେ ଅଭିଯୋଗ ହୋଇଛି। ପୋଲିସ ଘଟଣାର ତଦନ୍ତ କରି ଛାତ୍ରୀଙ୍କ ବୟଫ୍ରେଣ୍ଡଙ୍କ ସହ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ODISHA MANDAP
16m ago
ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୪’ରେ ‘ଓଡ଼ିଶା ମଣ୍ଡପ’କୁ ମିଳିଛି ରୌପ୍ୟ ପଦକ
ଅର୍ଗସ ବ୍ୟୁରୋ: ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ ‘୪୩ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୪’ରେ ‘ଓଡ଼ିଶା ମଣ୍ଡପ’କୁ ମିଳିଛି ରୌପ୍
FARMERS
22m ago
ମଣ୍ଡିରେ ଅସୁବିଧା ନେଇ ସିଧାସଳଖ ସରକାରଙ୍କୁ ଅଭିଯୋଗ କରିପାରିବେ ଚାଷୀ
ଅର୍ଗସ ବ୍ୟୁରୋ: ମଣ୍ଡିରେ ଅସୁବିଧା ନେଇ ସିଧାସଳଖ ସରକାରଙ୍କୁ ଅଭିଯୋଗ କରିପାରିବେ ଚାଷୀ। ୧୯୬୭ ନମ୍ବରରେ ଫୋନ କରି ସିଧାସଳଖ ମଣ୍ଡି ସମ୍ପର୍କିତ ନିଜ ସମସ୍ୟା ବିଷୟରେ ଜଣା
CM
26m ago
ଭୁବନେଶ୍ୱରରେ ଡିଜିପି ସମ୍ମିଳନୀ ପ୍ରସ୍ତୁତିର ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ
ଅର୍ଗସ ବ୍ୟୁରୋ: ଭୁବନେଶ୍ବରରେ ଡିଜିପି ସମ୍ମିଳନୀ ପ୍ରସ୍ତୁତିର ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନ କନଭେନସନ୍ ସେଣ୍ଟର ଏବଂ ରାଜ୍ୟ ଅତିଥି ଭବନରେ ପ୍ରସ୍ତୁତି
ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣ
ଅର୍ଗସ ବ୍ୟୁରୋ : ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣ । ଏହାକୁ ସୌଜନ୍ୟ ମୂଳକ ସାକ୍ଷାତ ବୋଲି ଏକ୍ସ ପୋଷ୍ଟରେ କହିଛନ୍ତି ପୱନ
ଦୁଷ୍କର୍ମ ଅଭିଯୋଗ
ବର୍ଷେ ୩ମାସର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ
ଅର୍ଗସ ବ୍ୟୁରୋ : ବର୍ଷେ ୩ମାସର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ । କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ସାନବଡ଼ବିଲ ଗାଁରେ ୧ ବର୍ଷ ୩ ମାସର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋ