ନିର୍ବାଚନ ପାଇଁ ବଦଳିଲା କମ୍ପିଟେଟିଭ ଓ ଏଣ୍ଟ୍ରାସ ପରୀକ୍ଷା ତାରିଖ
by Argus News
Wed, Apr 03 | 7:41 a.m.

ଅର୍ଗସ ବ୍ୟୁରୋ: ଆଗାମୀ ଲୋକସଭା ନିର୍ବାଚନ ପାଇଁ ବଦଳିଲା କମ୍ପିଟେଟିଭ ଓ ଏଣ୍ଟ୍ରାସ ପରୀକ୍ଷା ତାରିଖ । ଜେଇଇ ମେନ, ୟୁପିଏସସି ପ୍ରଲିମ, NEET PG ସମେତ  KCET, MHT CET, TS EAPCET ପରୀକ୍ଷା ତାରିଖ ପରବର୍ତ୍ତନ ହୋଇଛି । 7ଟି ପର୍ଯ୍ୟାୟରେ ହେବାକୁ ଯାଉଥିବା ଭୋଟିଂ ଏପ୍ରିଲ ୧୯ରୁ ଜୁନ ୧ ଯାଏଁ ଚାଲିବ । ଏଥିଯୋଗୁ ବିଭିନ୍ନ ପରୀକ୍ଷା ତାରିଖରେ ପରିବର୍ତ୍ତନ କରାଯାଇ ନୂଆ ତାରିଖ ଧାର୍ଯ୍ୟ କରାଯାଇଛି।

JEE Main 2024 ଦ୍ବିତୀୟ ପର୍ଯ୍ୟାୟ ପ୍ରବେଶିକା ପରୀକ୍ଷା ଏପ୍ରିଲ ୪ରୁ ୧୫ ପରିବର୍ତ୍ତେ ଏପ୍ରିଲ ୪ରୁ ୧୨ରେ ମଧ୍ୟରେ ହେବ। JEE ଆଡଭାନ୍ସଡ ପରୀକ୍ଷାରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ପୂର୍ବନିର୍ଦ୍ଧାରିତ ତାରିଖ ମେ’ ୨୬ରେ ହିଁ ପରୀକ୍ଷା ଅନୁଷ୍ଠିତ ହେବ। UPSC ପ୍ରିଲିମ ପରୀକ୍ଷା ମେ’ ୨୬ ପରିବର୍ତ୍ତେ ଜୁନ ୧୬ରେ ହେବ। NEET PG ପରୀକ୍ଷାକୁ ଆସନ୍ତା ଜୁନ ୨୩କୁ ଘୁଞ୍ଚାଇ ଦିଆଯାଇଛି। NEET UG ପରୀକ୍ଷା ପୂର୍ବ ନିର୍ଦ୍ଧାରିତ ତାରିଖ ମେ ୫ରେ ହେବ।

ଅଧିକ ପଢ଼ନ୍ତୁ ଦେଶ ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ