ଥଇଥାନ ଦାବିରେ ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
by Argus News
Wed, Feb 21 | 1:15 p.m.

ଅର୍ଗସ ବ୍ୟୁରୋ:  ଜିଦରେ ଅଟଳ ଉଠା ଦୋକାନୀ । ଥଇଥାନ ଦାବିରେ ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଜାରି । ଶ୍ରୀ ଜଗନ୍ନାଥ ମିଳିତ କ୍ଷୁଦ୍ର ବ୍ୟବସାୟ ସଂଘ ପକ୍ଷରୁ ଧାରଣା ଦିଆଯାଇଛି । ଶତାଧିକ ଉଠା ଦୋକାନୀ ସେମାନଙ୍କ ଥଇଥାନ ଦାବିରେ ଜିଲ୍ଲାପାଳଙ୍କୁ ଦାବି ଜଣାଇଛନ୍ତି । ଶ୍ରୀମନ୍ଦିର ଚାରିପାଖେ ଛୋଟ ଛୋଟ ଦୋକାନ କରି ଚଳି ଆସୁଥିବା ଦୋକାନୀଙ୍କୁ ଉଚ୍ଛେଦ କରାଯାଇଥିଲା ।

ହେଲେ ବର୍ତ୍ତମାନ ସୁଦ୍ଧା ସେମାନଙ୍କୁ କୌଣସି କ୍ଷତିପୂରଣ କିମ୍ବା ଥଇଥାନ କରାଯାଇନାହିଁ । ଫଳରେ ବ୍ୟବସାୟୀ ମାନେ ଜିଲ୍ଲାପାଳଙ୍କ ଅଫିସ ଆଗରେ ଧାରଣାରେ ବସି ରହିଛନ୍ତି । ଆଗାମୀ ଦିନରେ ଯଦି ସେମାନଙ୍କ ଦାବି ପୂରଣ ନକରାଯାଏ ତେବେ ଆସନ୍ତା 26 ତାରିଖରେ ପୁରୀ ବନ୍ଦ ଡାକରା ଦେବା ନେଇ ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ