ଘନୀଭୂତ ହେଉଛି ବଙ୍ଗୋପସାଗର ରେ ସୃଷ୍ଟ ଲଘୁଚାପ
by Argus News
Sat, Sep 07 | 4:38 p.m.

ଅର୍ଗସ ବ୍ୟୁରୋ: ଘନୀଭୂତ ହେଉଛି ବଙ୍ଗୋପସାଗର ରେ ସୃଷ୍ଟ ଲଘୁଚାପ।ଦକ୍ଷିଣ ଚୀନ ସାଗରରେ ଅଶାନ୍ତ ହେଉଛି ସୁପର ଟାଇଫୁନ୍ ୟାଗି।ଲଘୁଚାପ ଏବଂ ସୁପର ଟାଇଫୁନ୍ ମଧ୍ୟରେ ଦୂରତା  ରହିଛି ୨ ହଜାର କିମି ।ନିକଟରେ ନଥିଲେ ବି ଉଭୟଙ୍କ ମଧ୍ୟରେ ପ୍ରତିକ୍ରିୟା ଦେଖାଦେଇଛି । ଲଘୁଚାପ ଆହୁରି ଘନୀଭୂତ ହେବାକୁ ବଳଗୋଟାଉଛି।ଆସନ୍ତା ଦୁଇ ଦିନ ମଧ୍ୟରେ ଅବପାତରେ ପରିଣତ ହେବ ଲଘୁଚାପ।ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଗାଙ୍ଗେଟିକ୍ ପଶ୍ଚିମବଙ୍ଗ ଉପକୂଳ ରେ ହେବ ଅବପାତ।ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଅବପାତ।ଗାଙ୍ଗେଟିକ୍ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା, ଝାଡଖଣ୍ଡ  ଦେଇ ଛତିଶଗଡ଼ ମୁହାଁ ହେବ।ପ୍ରଭାବରେ ୧୦ ତାରିଖ ପର୍ଯ୍ୟନ୍ତ ନିର୍ଧୁମ ବର୍ଷା ହେବ । ଆଜି ସମସ୍ତ ଉପକୂଳ ଜିଲ୍ଲାମାନଙ୍କରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା। ବିଶେଷକରି ପୁରୀ, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡା, ଖୋର୍ଦ୍ଧା, କଟକ ଏବଂ ଯାଜପୁର ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ହେବ।

 


 

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ