ରାଜ୍ୟର ଆଉ ୯ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ
by Argus News
Sun, Apr 14 | 7:34 a.m.

ଅର୍ଗସ ବ୍ୟୁରୋ: ରାଜ୍ୟର ଆଉ ୯ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ବାଲେଶ୍ୱରରୁ ଦଳ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କୁ ଟିକେଟ୍ ଦେଇଥିବା ବେଳେ ଭଦ୍ରକରୁ ଲଢ଼ିବେ ଅନନ୍ତ ପ୍ରସାଦ ସେଠୀ। ସେହିପରି ଯାଜପୁରରୁ ଅଞ୍ଚଳ ଦାସଙ୍କୁ ଟିକେଟ ଦିଆଯାଇଥିବା ବେଳେ ଢେଙ୍କାନାଳରୁ ସସ୍ମିତା ବେହେରା, କେନ୍ଦ୍ରାପଡ଼ାରୁ ସିଦ୍ଧାର୍ଥ ସ୍ୱରୂପ ଦାସ, ଜଗତସିଂହପୁରରୁ ରବୀନ୍ଦ୍ର ସେଠୀ, କେନ୍ଦୁଝରରୁ ମୋହନ ହେମ୍ବ୍ରମ, ପୁରୀରୁ ସୁଚରିତା ମହାନ୍ତି ଓ ଭୁବନେଶ୍ୱରରୁ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜଙ୍କୁ ଦଳ କରିଛି ପ୍ରାର୍ଥୀ।

ଏହା ସହିତ ଏଯାବତ ମୋଟ ୧୭ଟି ଲୋକସଭା ଆସନ ପାଇଁ ଦଳ ପ୍ରାର୍ଥୀ ଘୋଷଣା କରିଛି। ଆଉ ୪ଟି ଆସନ- ସମ୍ବଲପୁର, ଆସିକା, କଟକ ଓ ମୟୂରଭଞ୍ଜରେ ଦଳ ପ୍ରାର୍ଥୀ ଘୋଷଣା କରିବ। ସେପଟେ ବିଜେପି ଓ ବିଜେଡି ରାଜ୍ୟର ସମସ୍ତ ୨୧ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

REPOLLING
20m ago
କଣ୍ଟାମାଳ: ବୁଥ ନମ୍ବର 26 ଓ 28ରେ ହେବ ପୁନଃ ମତଦାନ
ଅର୍ଗସ ବ୍ୟୁରୋ: କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ବୁଥ ନମ୍ବର 26 ଓ 28ରେ ହେବ ପୁନଃ ମତଦାନ । ଆସନ୍ତାକାଲି ପୁନର୍ବାର ମତଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନର
DEAD BODY
24m ago
ମୃତଦେହକୁ ନେଇ ରାଜନୀତି କରୁଛି ବିଜୁ ଜନତା ଦଳ
ଅର୍ଗସ ବ୍ୟୁରୋ: ସମ୍ବଲପୁରରେ ସାମ୍ନାକୁ ଆସିଲା ବିଜେଡିର ହୀନ ରାଜନୀତି । ମୃତଦେହକୁ ନେଇ ରାଜନୀତି କରୁଛି ବିଜୁ ଜନତା ଦଳ। ମୃତକଙ୍କ ନାଁରେ ମିଛ ପ୍ରଚାର କରି ବିରୋଧୀ ଦଳକୁ ବଦନା
RUBEN BANERJEE
27m ago
ପାଣ୍ଡିଆନ ବିଜେଡିର ନୁହେଁ ବରଂ ବିଜେପିର ଷ୍ଟାର କ୍ୟାମ୍ପେନର: ରୁବେନ୍ ବାନାର୍ଜୀ
ଅର୍ଗସ ବ୍ୟୁରୋ: ବିଜୁ ଜନତା ଦଳର ନେତା ଭି. କେ ପାଣ୍ଡିଆନ ନିଜ ଦଳ ବିଜେଡିର ନୁହେଁ ବରଂ ବିଜେପିର ଷ୍ଟାର କ୍ୟାମ୍ପେନର। ଅର୍ଗସକୁ ଏକ୍ସକ୍ଲୁସିଭ୍ ସାକ୍ଷାତକାରକୁ ଏକଥା କହିଛନ୍ତି ବରିଷ୍