ସାମ ପିଟ୍ରୋଡାଙ୍କ ବୟାନକୁ ନେଇ ଅଡୁଆରେ କଂଗ୍ରେସ
by Argus News
Wed, Apr 24 | 2:28 p.m.

ଅର୍ଗସ ବ୍ୟୁରୋ:  ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବୟାନକୁ ନେଇ ଅଡୁଆରେ କଂଗ୍ରେସ। ଏପରିକି ଏହା ତାଙ୍କର ବ୍ୟକ୍ତିଗତ ମତ ବୋଲି ଦଳପକ୍ଷରୁ ସଫେଇ ଦିଆଯାଇଛି । ବରିଷ୍ଠ କଂଗ୍ରେସ ନେତା ସାମ ପିଟ୍ରୋଡା କହିଥିଲେ, ଆମେରିକାରେ ଉତ୍ତରାଧିକାର କର ରହିଛି । ତଦନୁଯାୟୀ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପରେ ତାଙ୍କ ସମ୍ପତ୍ତିର ୪୫ ପ୍ରତିଶତ ତାଙ୍କ ପରିବାର ବର୍ଗଙ୍କ ନିକଟକୁ ଯିବ । ବଳକା ୫୫ ପ୍ରତିଶତ ସରକାରଙ୍କ ଅଧୀନକୁ ଚାଲିଯାଏ । ଏହାକୁ ନେଇ ଭାରତର ବିତର୍କର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ ।

ନିକଟରେ କଂଗ୍ରେସ ଇସ୍ତାହାରରେ ସାରା ଦେଶରେ ଜାତି ଭିତ୍ତିକ ଜନଗଣନା କରାଯିବ ବୋଲି ଘୋଷଣା କରାଯାଇଥିଲା ।  ସେପଟେ ସାମ ପିଟ୍ରୋଡାଙ୍କ ବୟାନକୁ ନେଇ କଂଗ୍ରେସକୁ ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଏହା କଂଗ୍ରେସର ମୁଖା ଖୋଲିଦେଇଛି ବୋଲି ସେ କହିଛନ୍ତି ।

ଅଧିକ ପଢ଼ନ୍ତୁ ଦେଶ ଖବର: 

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ