ସାବଧାନ ! ବାତ୍ୟା ଆସୁଛି
by Argus News
Mon, Oct 21 | 7:06 p.m.

ଅର୍ଗସ ବ୍ୟୁରୋ: ସତ ହେଲା ଆକଳନ, ବାତ୍ୟାର ରୂପ ନେବ ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାର ରୂପ ନେଇ ଓଡ଼ିଶା-ପଶ୍ଚିମବଙ୍ଗ ସୀମାରେ ମାଡ଼ ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ପାଣିପାଗ ବିଭାଗର ପୂର୍ବାନୁମାନ ଓଡ଼ିଶାବାସୀଙ୍କ ମଧ୍ୟରେ ଆତଙ୍କ ଖେଳାଇ ଦେଇଛି । ଖାସ କରି ପୁଣି ସେହି ଅକ୍ଟୋବର ମାସରେ ବାତ୍ୟା ଆସୁଥିବାରୁ ଏବେ ଅଧିକ ଚିନ୍ତା ବଢିଛି ।

୨୩ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବାତ୍ୟା, ୨୪ ସକାଳେ ସମ୍ଭାବ୍ୟ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ନିକଟ ସମୁଦ୍ରକୁ ଆସିବ । ତେଣୁ ୨୪ ଓ ୨୫ ଓଡ଼ିଶା ପାଇଁ ବଡ଼ ଗୁରୁତ୍ଵପୂର୍ଣ୍ଣ । ବାତ୍ୟା ସମୟରେ ପବନର ବେଗ ୧୨୦ କି.ମି ରହିପାରେ । ୨୪ରୁ ୨୭ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । 

ସମ୍ଭାବ୍ୟ ବାତ୍ୟାକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ନିର୍ଦ୍ଦିଷ୍ଟ କେଉଁ ଜାଗାରେ ମାଡ଼ ହେବ ? କେତେ ଜୋରରେ ପବନ ବହିବ ? କେଉଁ ଉପକୂଳ ଦେଇ ବାତ୍ୟା ଅତିକ୍ରମ କରିବ ?ସେନେଇ ଅନେକ ଚର୍ଚ୍ଚା ଚାଲିଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ୨୨ ତାରିଖ ସକାଳ ବେଳକୁ ତାହା ଅବପାତରେ ପରିଣତ ହୋଇ ୨୩ ତାରିଖରେ ସାଇକ୍ଲୋନିକ ଷ୍ଟର୍ମ ବା ଘୂର୍ଣ୍ଣିବାତ୍ୟାର ରୂପ ନେବ । ଏହା କ୍ରମଶଃ ଉତ୍ତର-ପଶ୍ଚିମ ଦିଗରେ ଗତିକରି ୨୪ ତାରିଖ ଅର୍ଥାତ୍ ଆସନ୍ତା ଗୁରୁବାର ଦିନ ଓଡ଼ିଶା-ପଶ୍ଚିମବଙ୍ଗକୁ ଲାଗି ରହିଥିବା ବଙ୍ଗୋପସାଗରରେ ପହଞ୍ଚିବ । ସେତେବେଳକୁ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୦ କିମି ପର୍ଯ୍ୟନ୍ତ ରହିପାରେ । ତେବେ ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମ ପର୍ଯ୍ୟନ୍ତ ଯିବ ବୋଲି ଆକଳନ କରାଯାଇଛି । ଏହା ପ୍ରଭାବରେ ଖାଲି ପବନ କି ବର୍ଷା ନୁହେଁ ତାସାଙ୍ଗକୁ ସମୁଦ୍ରରେ ଉଚ୍ଚ ଜୁଆର ଆସିବ ବୋଲି ବି ଚେତାଇ ଦେଇଛନ୍ତି ମୃତ୍ୟୁଞ୍ଜୟ ମହାପାତ୍ର । ତେଣୁ ସମୁଦ୍ର ଭିତରେ ଥିବା ଲୋକଙ୍କୁ ଆଜି ସୁଦ୍ଧା ଫେରି ଆସିବାକୁ ଦେଇଛନ୍ତି ପରାମର୍ଶ ।

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳ ହେବାର ପୂର୍ବାନୁମାନ କରାଯାଇଛି । ୨୪ରେ ଉପକୂଳବର୍ତ୍ତୀ ପ୍ରାୟ ସବୁ ଜିଲ୍ଲାରେ ପ୍ରବଳ ବର୍ଷାର ଅନୁମାନ ରହିଛି । ଗଂଜାମ, ପୁରୀ, ଖୋର୍ଦ୍ଧା ଓ ଜଗତସିଂହପୁରକୁ ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଗଜପତି, କନ୍ଧମାଳ, ନୟାଗଡ଼, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେମିତି ୨୫ ତାରିଖରେ ବି ପୁରୀ, ଖୋର୍ଦ୍ଧା, ଗଂଜାମ ଓ ଜଗତସିଂହପୁରରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ୨୬ ଓ ୨୭ ତାରିଖରେ ମଧ୍ୟ ସମ ପରିମାଣର ବର୍ଷା ହୋଇପାରେ ।

ମୋଟ୍‌ ଉପରେ ବାତ୍ୟାକୁ ନେଇ ଏବେ ପାଣିପାଗ ବିଭାଗ ସ୍ପଷ୍ଟ କରିସାରିଛି । ତେଣୁ ବାତ୍ୟା ପୂର୍ବରୁ ରାଜ୍ୟ ସରକାର ବି ପ୍ରସ୍ତୁତି ଜୋରଦାର କରିଛନ୍ତି । ତେବେ ବାତ୍ୟା ପ୍ରକୃତରେ କେଉଁଠି ମାଡ଼ ହେବ ସେନେଇ ଏବେ କିନ୍ତୁ ଚିତ୍ର ସ୍ପଷ୍ଟ ହୋଇନି ।
 

ବାତ୍ୟାକୁ ନେଇ ରାଜ୍ୟ
ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଘୋଷଣା, ଏହି ୧୪ ଜିଲାରେ ବନ୍ଦ ରହିବ ସ୍କୁଲ
ଅର୍ଗସ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପ୍ରଭାବି
ମୁଖ୍ୟମନ୍ତ୍ରୀଙ୍କ
ମୁଖ୍ୟମନ୍ତ୍ରୀଙ୍କ ଢ଼େଙ୍କାନାଳ ଗସ୍ତ
ଅର୍ଗସ ବ୍ୟୁରୋ: ଆଜି ଢ଼େଙ୍କାନାଳ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ହେଲିକପ୍ଟର ଯୋଗେ ସନ୍ଧ୍ୟା ୫ଟା ସମୟରେ ଢେଙ୍କାନାଳରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ର
ନ୍ୟୁଜିଲାଣ୍ଡଠାରୁ
ନ୍ୟୁଜିଲାଣ୍ଡଠାରୁ ହାରିବା ପରେ ସ୍ତ୍ରୀଙ୍କ ସହ କୀର୍ତ୍ତନ କଲେ ବିରାଟ କୋହଲି
ଅର୍ଗସ ବ୍ୟୁରୋ: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚ ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ