୨୪ ତାରିଖ ରାତି ଓ ୨୫ ତାରିଖ ସକାଳେ ହୋଇପାରେ ଲ୍ୟାଣ୍ଡଫଲ୍
by Argus News
Mon, Oct 21 | 3:07 p.m.

ଅର୍ଗସ ବ୍ୟୁରୋ : ବୁଧବାର ବାତ୍ୟା। ଆସିଲା ବାତ୍ୟା ଦାନାର ଗତିପଥ। ଆସନ୍ତାକାଲି ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୩ ତାରିଖରେ ଏହା ବାତ୍ୟାର ରୂପ ନେବ। ୨୪ ସକାଳେ ସମ୍ଭାବ୍ୟ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ଲ୍ୟାଣ୍ଡଫଲ୍ ବେଳେ ସର୍ବାଧିକ ୧୦୦ରୁ ୧୧୦  କିଲୋମିଟର ଯାଏଁ ରହିବ ପବନର ବେଗ। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳ ଓ ଆଉ କେତେକ ସ୍ଥାନରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅଧିକ ପଢନ୍ତୁ : ଆସୁଛି ଦାନା: ସବୁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ

୨୪ ଓ ୨୫ ତାରିଖରେ ଓଡ଼ିଶାରେ ଅଧିକ ବର୍ଷା ହେବ। ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଜଗତସିଂହପୁର ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା, 24 ଓ 25 ତାରିଖ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ ରହିବ।

ବାତ୍ୟାକୁ ନେଇ ରାଜ୍ୟ
ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଘୋଷଣା, ଏହି ୧୪ ଜିଲାରେ ବନ୍ଦ ରହିବ ସ୍କୁଲ
ଅର୍ଗସ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପ୍ରଭାବି
ମୁଖ୍ୟମନ୍ତ୍ରୀଙ୍କ
ମୁଖ୍ୟମନ୍ତ୍ରୀଙ୍କ ଢ଼େଙ୍କାନାଳ ଗସ୍ତ
ଅର୍ଗସ ବ୍ୟୁରୋ: ଆଜି ଢ଼େଙ୍କାନାଳ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ହେଲିକପ୍ଟର ଯୋଗେ ସନ୍ଧ୍ୟା ୫ଟା ସମୟରେ ଢେଙ୍କାନାଳରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ର
ନ୍ୟୁଜିଲାଣ୍ଡଠାରୁ
ନ୍ୟୁଜିଲାଣ୍ଡଠାରୁ ହାରିବା ପରେ ସ୍ତ୍ରୀଙ୍କ ସହ କୀର୍ତ୍ତନ କଲେ ବିରାଟ କୋହଲି
ଅର୍ଗସ ବ୍ୟୁରୋ: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚ ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ