ମାଡ଼ ହେବାର ୩୦ କି.ମିକୁ ଘାଣ୍ଟିବ !
by Argus News
Wed, Oct 23 | 1:55 p.m.

ଅର୍ଗସ ବ୍ୟୁରୋ : ସ୍ଥଳଭାଗ ଆଡକୁ ପାଖେଇ ଆସୁଛି ବାତ୍ୟା ଦାନା । ସମୁଦ୍ରରେ ଘଂଟାପ୍ରତି ୧୮ କିମି ବେଗରେ ବାତ୍ୟା ମାଡ଼ି ଆସୁଛି । ଧୀରେ ଧୀରେ ପାରାଦୀପ ରାଡରରେ ବାତ୍ୟା ଦୃଶ୍ୟମାନ ହେଲାଣି । ସେପଟେ ଆଜି ସନ୍ଧ୍ୟାରୁ ପାଗରେ ପରିବର୍ତ୍ତନ ଦେଖାଦେବା ସହିତ ବର୍ଷା ଆରମ୍ଭ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କାଲି ସକାଳୁ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବଢିବା ସହିତ ପବନର ବେଗ ବଢିବ ।

ବାତ୍ୟାର ରୂପ ନେବା ପରେ ଉପକୂଳ ମୁହାଁ ହେଲାଣି ଦାନା । ‘ଦାନା’ର ପ୍ରଭାବ କେନ୍ଦ୍ରାପଡ଼ାଠାରୁ ବାଲେଶ୍ବର ଉପକୂଳ ପର୍ଯ୍ୟନ୍ତ ରହିବ । ବାତ୍ୟା ସ୍ଥଳଭାଗ ଛୁଇଁଲା ବେଳକୁ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୧୦ କିମି ରହିପାରେ । ଅତିରୁ ଅତିପ୍ରବଳ ବର୍ଷା ହେବାର ବି ସମ୍ଭାବନା ରହିଛି । ବେଳେବେଳେ ପବନର ବେଗ ୧୨୦ କିମି ଛୁଇଁପାରେ । ୨୪ ତାରିଖ ମଧ୍ୟରାତ୍ରିରେ ସ୍ଥଳଭାଗ ଛୁଇଁବାକୁ ଥିବା ଏହି ବାତ୍ୟାର ପ୍ରଭାବ ବହୁ କମ୍‌ ସମୟ ରହିବ । ସ୍ଥଳଭାଗରେ ମାତ୍ର ୩୦ କିମି ପର୍ଯ୍ୟନ୍ତ ବାତ୍ୟା ତାଣ୍ଡବ ରଚିବ ଏବଂ ୨୫ ତାରିଖ ଭୋର ବେଳକୁ ଗଭୀର ଅବପାତରେ ପରିଣତ ହୋଇସାରିଥିବ ବୋଲି ପାଣିପାଗ ବିଭାଗ କହିଛି ।

ସମ୍ଭାବ୍ୟ ବାତ୍ୟାର ଗତିପଥକୁ ନେଇ ରାଜ୍ୟ ସରକାର ଚତ୍ପରତା ଦେଖାଇଛନ୍ତି । ଯେହେତୁ ବାତ୍ୟା ଅତି ଭୀଷଣର ରୂପ ନେଇପାରେ ତେଣୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ସହିତ ବାତ୍ୟା ଆଶ୍ରୟସ୍ଥଳୀରେ ରଖାଯିବ । ୯ଟି ଜିଲ୍ଲାରେ ବାତ୍ୟା ପରିଚାଳନା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଉଥିବା ପଦକ୍ଷେପଗୁଡ଼ିକର ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ୯ଜଣ ମନ୍ତ୍ରୀଙ୍କୁ ଦାୟିତ୍ବ ଦେଇଛନ୍ତି । ଏହାସହ ବାତ୍ୟା ଦ୍ବାରା ଅଧିକ ପ୍ରଭାବିତ ହେବାକୁ ଥିବା ୬ଟି ଜିଲ୍ଲା ପାଇଁ ୬ଜଣ ବରିଷ୍ଠ ଆଇଏଏସ୍‌ଙ୍କୁ ସ୍ବତନ୍ତ୍ର ଦାୟିତ୍ବ ଦିଆଯାଇଛି । 

ଗଂଜାମ, ପୁରୀ, ଜଗତସିଂହପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ବର, ମୟୂରଭଂଜ, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପବନ ଓ ବର୍ଷା ଅଧିକ ହେବ । ଅଗ୍ନିଶମ, ଓଡ୍ରାଫ୍‌, ଏନ୍‌ଡିଆରଏଫ୍‌, ତଟରକ୍ଷୀ ବାହିନୀ, ନୌସେନା ଓ ବାୟୁସେନା ବି ପ୍ରସ୍ତୁତ । ସେପଟେ, ୧୦ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯିବାକୁ ନିଷ୍ପତ୍ତି ହୋଇଛି । ପ୍ରଭାବିତ ହେବାକୁ ଥିବା ୧୪ଟି ଜିଲ୍ଲାରେ ୫୧ଟି ଓଡ୍ରାଫ ଟିମ୍‌, ୧୭୮ଟି ଅଗ୍ନିଶମ ବାହିନୀ ଟିମ୍‌, ୨୦ଟି ଏନଡିଆରଏଫ ଟିମ୍ ମୁତୟନ କରାଯାଇଛି । ସେପଟେ ସମ୍ଭାବ୍ୟ ବାତ୍ୟା ପାଇଁ ଭାରତୀୟ ରେଳବାଇ ପକ୍ଷରୁ ପୂର୍ବତଟ ରେଳପଥ ଦେଇ ଯାତାୟତ କରୁଥିବା ୧୯୭ଟି ଟ୍ରେନ୍‌କୁ ଆଜିଠାରୁ ୨୫ ତାରିଖ ପର୍ଯ୍ୟନ୍ତ ବାତିଲ କରିଦେଇଛନ୍ତି । ରାଜ୍ୟର ୧୪ଟି ଜିଲ୍ଲାରେ ସ୍କୁଲ, କଲେଜ ଓ ବିଶ୍ବବିଦ୍ୟାଳୟ ପିଲାମାନଙ୍କର ପାଠପଢ଼ା ବନ୍ଦ ରଖାଯାଇଛି । ତେବେ ଏବେ ପାଣିପାଗ ବିଭାଗର ଅପଡେଟ୍‌ ଖବରକୁ ଅପେକ୍ଷା ।

 

SUBHADRA YOJANA
10m ago
ରାଜ୍ୟ କ୍ୟାବିନେଟ୍‌ରେ 6 ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ
ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍‌ରେ 6 ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ ହୋଇଛି । ‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ କ୍ୟାବିନେଟ୍‌ ନିଷ୍ପତ୍ତି ହୋଇଛି
ନିର୍ବନ୍ଧ ପରେ ଆରମ୍ଭ
28m ago
ନିର୍ବନ୍ଧ ପରେ ଆରମ୍ଭ ହେଲା ଶୋଭିତା-ଚୈତନ୍ୟଙ୍କ ବିବାହ କାର୍ଯ୍ୟକ୍ରମ
ଅର୍ଗସ ବ୍ୟୁରୋ: ସାଉଥ ଷ୍ଟାର ନାଗା ଚୈତନ୍ୟ ଏବଂ ଶୋଭିତା ଧୁଲିପାଲା ଏବେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ସେମାନଙ୍କ ସମ୍ପର୍କକୁ ବହୁତ ଲୁଚାଇ ରଖିଥିବା ବେଳେ କିଛି ଦିନ ତଳେ ନିର୍ବନ୍ଧ କର
CYCLONE UPDATE
56m ago
ଉତ୍ତର ଓଡିଶାରେ ଆରମ୍ଭ ହେଲାଣି ବର୍ଷା...
ଭୁବନେଶ୍ୱର: ସ୍ଥଳଭାଗ ଛୁଇଁଛି ବାତ୍ୟାର ବାହ୍ୟ ବଳୟ । ଭଦ୍ରକ ଓ କେନ୍ଦ୍ରାପଡାରେ ଏହାର ପ୍ରାଥମିକ ପ୍ରଭାବ ଦେଖିବାକୁ ମିଳିଛି । ପାରାଦୀପରୁ ରାଡାରରୁ ମିଳିଥିବା ତଥ୍ୟରୁ ଏହି ସୂଚନା ମିଳିଛି