ଅବପାତରେ ପରିଣତ ହେଲା ଲଘୁଚାପ  
by Argus News
Tue, Oct 22 | 9:00 a.m.

ଭୁବନେଶ୍ୱର: ବଳ ଗୋଟାଉଛି ବାତ୍ୟା `ଦାନା' । ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଆଜି ଭୋର ୫ଟା ୩୦ରେ ଏହା ଅବପାତରେ ପରିଣତ ହୋଇ ପାରାଦୀପ ଠାରୁ ୭୩୦ କିଲୋମିଟର, ପଶ୍ଚିମବଙ୍ଗର ସାଗର ଦ୍ବୀପ ଠାରୁ୭୭୦ କିଲୋମିଟର ଓ ବାଂଲାଦେଶର ଖେପୁପାରା ଠାରୁ ୭୪୦ କିଲୋମଟର ଦୂରରେ ରହିଛି । ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତା କାଲି ଏହା ବାତ୍ୟାର ରୂପ ନେବ । ଏହାପରେ ଉତ୍ତର ପୂର୍ବ ଦିଗରେ ଗତି କରି ୨୪ ତାରିଖ ସକାଳେ ଭୀଷଣ ବାତ୍ୟାରେ ପରିଣତ ହୋଇ ହବେ । 24 ତାରିଖ ରାତିରୁ 25 ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦ୍ବୀପ ମଝିରେ ଏହି ଭୀଷଣ ବାତ୍ୟା ଅତିକ୍ରମ କରିବ ।  ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୧୦ କିଲୋମିଟର ରହିପାରେ  । ବେଳେ ବେଳେ ଏହା ୧୨୦ କିଲୋମଟର ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।  

ଆସନ୍ତାକାଲି ସୁଦ୍ଧା ଲଘୁଚାପ ଝଡ଼ବାତ୍ୟାରେ ପରିଣତ ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର । ପୁରୀ ଓ ସାଗର ଦ୍ବୀପ ମଝିରେ ଲ୍ୟାଣ୍ଡଫଲ୍ କରିପାରେ ବାତ୍ୟା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଆଣ୍ଡାମାନ ସାଗରରେ ଗତକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ । 23 ତାରିଖ ସକାଳେ ବାତ୍ୟାର ରୂପ ନେବ ।

24 ତାରିଖ ସକାଳେ ଉତ୍ତର-ବଙ୍ଗୋପସାଗରରେ ଭୀଷଣ ବାତ୍ୟାରେ ପରିଣତ ହୋଇ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବା ସମ୍ଭାବନା ରହିଛି। ବାତ୍ୟା 24 ତାରିଖ ରାତିରୁ 25 ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦ୍ବୀପ ମଝିରେ ଉପକୂଳ ଅତିକ୍ରମ କରିବ ।  ପ୍ରଭାବରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରେ ଜୁଆର ଆସିପାରେ । ଏଥିପାଇଁ 25 ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।   ବାତ୍ୟା ପ୍ରଭାବରେ ପବନର ବେଗ ଅଧିକ ରହିବ । 22 ତାରିଖରେ ପ୍ରାୟ ଘଣ୍ଟାପ୍ରତି 55ରୁ 65 ସର୍ବାଧିକ 75 କିଲୋମିଟର ବେଗ ରହିବ । 23 ତାରିଖରେ ଘଣ୍ଟାପ୍ରତି 80ରୁ 90 ସର୍ବାଧିକ 100 କିଲୋମିଟର । 24 ତାରିଖରେ ଘଣ୍ଟାପ୍ରତି 100ରୁ 110 ସର୍ବାଧିକ 120 କିଲୋମିଟର ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

ଗ୍ୟାସ ସିଲିଣ୍ଡର
ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ୬ ମୃତ
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି। ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ ଏଏନଆ
ବେଙ୍ଗାଲୁରୁରେ ନିର୍ମାଣ
ବେଙ୍ଗାଲୁରୁରେ ନିର୍ମାଣାଧୀନ କୋଠା ଭୁଶୁଡ଼ିଲା: ଜଣେ ମୃତ
ଅର୍ଗସ ବ୍ୟୁରୋ: ବେଙ୍ଗାଲୁରୁରେ ଗତ କିଛି ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି । ଏଥିପାଇଁ ଜନଜୀବନ ପ୍ରଭାବିତ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସହରରେ ଏକ ନିର୍ମାଣାଧୀନ ବହୁତଳ କୋଠା ଭୁଶୁଡ଼
AUSTRALIA
ଅଷ୍ଟ୍ରେଲିଆରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ
ଅର୍ଗସ ବ୍ୟୁରୋ: ଅଷ୍ଟ୍ରେଲିଆରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଗତ ଦୁଇ ଦିନ ଧରି ସିଙ୍ଗାପୁରରେ ସମସ୍ତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଆଜି ଅଷ୍ଟ୍ରେଲିଆର ମେଲବର୍ଣ୍ଣର