ବାତ୍ୟା ସମୟରେ ହେବାକୁ ଥିବା ପରୀକ୍ଷା ହୋଇପାରେ ବାତିଲ୍
by Argus News
Tue, Oct 22 | 3:26 p.m.

ଭୁବନେଶ୍ୱର:  ବାତ୍ୟା ପାଇଁ ଘୁଞ୍ଚିପାରେ ସମସ୍ତ ପରୀକ୍ଷା । ବାତ୍ୟା ସମୟରେ ହେବାକୁ ଥିବା ପରୀକ୍ଷା ଗୁଡିକ ଆବଶ୍ୟକ ପଡିଲେ ବାତିଲ କରାଯିବ । ଏନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । 

"ଉତ୍ତର ଓଡିଶାର ଜିଲ୍ଲା ଗୁଡିକ ଅଧିକ ପ୍ରଭାବିତ ହେବ" - ମୃତ୍ୟୁଞ୍ଜୟ ମହାପାତ୍ର

ସମ୍ଭାବ୍ୟ ବାତ୍ୟା ପାଇଁ ରାଜ୍ୟରେ 250 ରିଲିଫ ସେଣ୍ଟର ପ୍ରସ୍ତୁତ ଅଛି । କଲେଜ ଓ ବିଦ୍ୟାଳୟ ଗୁଡିକୁ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀ ଭାବେ ବ୍ୟବହାର କରାଯିବ । ଶତ ପ୍ରତିଶତ ଲୋକଙ୍କୁ ସ୍ଥାନାନ୍ତରିତକୁ ଲକ୍ଷ୍ୟ ରଖାଯାଇଛି ।  ଓଡ୍ରାଫ୍ ଟିମ୍ ସବୁ ସମ୍ବେଦନଶୀଳ ସ୍ଥାନ ଗୁଡିକରେ ପହଞ୍ଚି ସାରିଲେଣି । 

ଏନଡିଆରଏଫ ଟିମ୍ ମଧ୍ୟ ବାହାରି ସାରିଲେଣି ।  ଅଧିକ NDRF ପାଇଁ ଆମେ କେନ୍ଦ୍ରକୁ କହିଛୁ । ବାତ୍ୟା ପୂର୍ବରୁ ସ୍ଥାନାନ୍ତରିତ ଆରମ୍ଭ ହେବ ।  ସ୍ୱାସ୍ଥ୍ୟ ବିଭାଗ ଗର୍ଭବତୀ ମହିଳାଙ୍କ ତାଲିକା ମଧ୍ୟ ପ୍ରସ୍ତୁତ ସରିଛି ।  25 ତାରିଖ ସବୁଠୁ ଗୁରୁତ୍ୱପୂର୍ଣ୍ଣ । ଯୋଗାଣ ବିଭାଗ ମଧ୍ୟ ଜିଲ୍ଲା ଗୁଡିକୁ ଆବଶ୍ୟକୀୟ ଖାଦ୍ୟ ସାମଗ୍ରୀ ପଠାଇ ସାରିଲାଣି । ବାତ୍ୟା ଆଶ୍ରୟ ସ୍ଥଳୀରେ ମହିଳାଙ୍କ ସୁରକ୍ଷା ପାଇଁ ରିଲିଫ ସେଣ୍ଟରରେ ମହିଳା ପୋଲିସ ଅଧିକାରୀ ଓ କର୍ମଚାରୀ ରହିବେ । ଗାଁ ରେ ଚୋରି ରୋକିବା ପାଇଁ ବି ପୋଲିସ ମୁତୟନ ହେବେ । ବାତ୍ୟା ସମୟରେ ହେବାକୁ ଥିବା ପରୀକ୍ଷା ଗୁଡିକୁ ଆବଶ୍ୟକ ପଡିଲେ ବାତିଲ କରାଯିବ ।  

ଲାଲ ଦେଖା ଗଲାଣି ଆକାଶ ,ଭୟଙ୍କର ରୂପ ନେବ ବାତ୍ୟା

ଗ୍ୟାସ ସିଲିଣ୍ଡର
ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ୬ ମୃତ
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି। ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ ଏଏନଆ
ବେଙ୍ଗାଲୁରୁରେ ନିର୍ମାଣ
ବେଙ୍ଗାଲୁରୁରେ ନିର୍ମାଣାଧୀନ କୋଠା ଭୁଶୁଡ଼ିଲା: ଜଣେ ମୃତ
ଅର୍ଗସ ବ୍ୟୁରୋ: ବେଙ୍ଗାଲୁରୁରେ ଗତ କିଛି ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି । ଏଥିପାଇଁ ଜନଜୀବନ ପ୍ରଭାବିତ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସହରରେ ଏକ ନିର୍ମାଣାଧୀନ ବହୁତଳ କୋଠା ଭୁଶୁଡ଼
AUSTRALIA
ଅଷ୍ଟ୍ରେଲିଆରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ
ଅର୍ଗସ ବ୍ୟୁରୋ: ଅଷ୍ଟ୍ରେଲିଆରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଗତ ଦୁଇ ଦିନ ଧରି ସିଙ୍ଗାପୁରରେ ସମସ୍ତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଆଜି ଅଷ୍ଟ୍ରେଲିଆର ମେଲବର୍ଣ୍ଣର