ଓଡ଼ିଶାରୁ ଟଳିଲା ବାତ୍ୟା ବିପଦ, ଆନ୍ଧ୍ରପ୍ରଦେଶ ଉପକୂଳ ଛୁଇଁପାରେ ବାତ୍ୟା ମିଗଜାଉଂ
by Argus News
Thu, Nov 30 | 1:33 p.m.

ଅର୍ଗସ ବ୍ୟୁରୋ:  ଓଡ଼ିଶାରୁ ଟଳିଲା ବାତ୍ୟା ବିପଦ। ତାମିଲନାଡୁରୁ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଛୁଇଁପାରେ ବାତ୍ୟା ମିଗଜାଉଂ। ଡିସେମ୍ବର ୨ରେ ବାତ୍ୟା ସମ୍ଭାବନା ରହିଛି । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଅଣ୍ଡାମାନ ସାଗର ନିକଟରେ ରହିଥିବା ଲଘୁଚାପ କ୍ଷେତ୍ର ସୁଦୃଶ ଲଘୁଚାପରେ ପରିଣତ ହୋଇଛି । ଏହା ଆଜି ଅବପାତର ରୂପ ନେବ । ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଆସନ୍ତା ୪୮ ଘଣ୍ଟାରେ ଏହା ବାତ୍ୟାର ରୂପ ନେବ । ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ୪ ତାରିଖ ଭୋରରୁ ଉତ୍ତର ତାମିଲନାଡୁରୁ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ପାଖାପାଖି ପହଞ୍ଚିବା ନେଇ ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ଓଡିଶାକୁ ବାତ୍ୟା ଭୟ ନାହିଁ ବୋଲି ସୂଚନା ମିଳିଛି। ଯାହା ଶୁଣିବା ପରେ ଓଡିଶାବାସୀ ସାମ୍ନାନ୍ୟ ଆଶ୍ୱସ୍ତ ଲାଭ କରିଛନ୍ତି।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ