ଉତ୍ତରରୁ ଉତ୍ତର-ପୂର୍ବ ଦିଗରେ ଗତି କରୁଛି ବାତ୍ୟା 'ରେମାଲ'
by Argus News
Mon, May 27 | 9:03 a.m.

ଅର୍ଗସ ବ୍ୟୁରୋ: ଦୁର୍ବଳ ହେଲା ରେମାଲ । ଦୁର୍ବଳ ହୋଇ ବାତ୍ୟାରେ ପରିଣତ ହେଲା ‘ରେମାଲ’ । ଗତ ୬ ଘଣ୍ଟା ହେଲା ୧୫ କିମି ବେଗରେ ଗତି କରୁଛି ‘ରେମାଲ’ । ଗତ ମଧ୍ୟ ରାତିରେ ଭୀଷଣ ବାତ୍ୟା ଭାବେ ସ୍ଥଳଭାଗ ଛୁଇଁଥିଲା । ଏବେ ଉତ୍ତରରୁ ଉତ୍ତର-ପୂର୍ବ ଦିଗରେ ଗତି କରୁଛି ବାତ୍ୟା 'ରେମାଲ' । କିଛି ସମୟରେ ଉତ୍ତର ଦିଗରେ ଗତି କରିବା ସହ ଆହୁରି ଦୁର୍ବଳ ହେବ ବାତ୍ୟା ରେମାଲ।

ମଧ୍ୟରାତ୍ରିରେ ସ୍ଥଳଭାଗ ଛୁଇଁଥିଲା ବାତ୍ୟା ରେମାଲ । ଦୀର୍ଘ 4 ଘଣ୍ଟା ଧରି ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିଥିଲା । ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳ ମଧ୍ୟରେ ହେଲା ଲ୍ୟାଣ୍ଡଫଲ୍ । 135 କିଲୋମିଟର ବେଗରେ ବୋହିଲା ପବନ । ପ୍ରାୟ 6 ଘଣ୍ଟା ଧରି ଜାରି ରହିଥିବା ପବନ ଓ ପ୍ରବଳ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ରେମାଲ୍’ ବାଂଲାଦେଶ ଓ ପଶ୍ଚିମବଙ୍ଗରେ ମାଡ ହୋଇଛି । 

ବାତ୍ୟା ଅତିକ୍ରମ କରିବା ସମୟରେ ପବନର ବେଗ ଘଣ୍ଟାକୁ 130 କିଲୋମିଟରୁ ଅଧିକ ରହିଥିଲା । ବାତ୍ୟାକୁ ଦେଖି ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା, ଉତ୍ତର ଚବିଶ ପ୍ରଗଣା, ପୂର୍ବ ମେଦିନୀପୁର, କୋଲକାତା, ହାୱଡା, ହୁଗୁଳି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଥିଲା ପୂର୍ବ ମେଦିନିପୁର ଜିଲ୍ଲା ପ୍ରଶାସନ । ତେବେ ପ୍ରବଳ ବର୍ଷା ଓ ପବନ କାରଣରୁ ବହୁ ସ୍ଥାନରେ ଗଛ ଉପୁଡି ପଡିଥିବାରୁ ଏନଡିଆରଏଫ୍ ପକ୍ଷରୁ ଉଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଛି ।

ସ୍ଥଳଭାଗ ଛୁଇଁଲା ବାତ୍ୟା ରେମାଲ, ଦୀର୍ଘ 4 ଘଣ୍ଟା ଧରି ଚାଲିଲା ଲ୍ୟାଣ୍ଡଫଲ ପ୍ରକ୍ରିୟା

 

ଆଜିଠାରୁ ଏକମାସ
51m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି