ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ଘୂର୍ଣ୍ଣିବଳୟ ନେଲା ଲଘୁଚାପର ରୂପ
by Argus News
Tue, Nov 28 | 7:23 a.m.

ଅର୍ଗସ ବ୍ୟୁରୋ:  ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ! ବାତ୍ୟାର ଆଶଙ୍କା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ  ବିଭାଗ । ଦକ୍ଷିଣ ଆଣ୍ଡାମାନ ଓ ତାର ପାର୍ଶ୍ବବର୍ତୀ ଅଂଚଳରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଲଘୁଚାପଟି  ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆସନ୍ତାକାଲି ଅବପାତର ରୂପ ନେବାର ସମ୍ଭାବନା ରହିଛି।

ଲଘୁଚାପଟି  ପରବର୍ତ୍ତୀ 24 ଘଣ୍ଟାରେ ଆହୁରି ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ଆଶଙ୍କା କରାଯାଉଛି । ୨୯ ତାରିଖରେ ଅବପାତର ରୂପ ନେବା ପରେ ହିଁ ବାତ୍ୟାର ରୂପରେଖ କ’ଣ ରହିବ ତାହା ସ୍ପଷ୍ଟ ହୋଇପାରିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ  । ତେବେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତା 12 ଘଣ୍ଟାରେ ମେଘୁଆ ପାଗ ସହ ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି