ପୁଣି ଘୂର୍ଣ୍ଣିବଳୟ: ୨୬ ତାରିଖ ଯାଏ ପ୍ରବଳ ବର୍ଷା
by Argus News
Mon, Sep 23 | 6:06 p.m.

ଅର୍ଗସ ବ୍ୟୁରୋ: ରାଜ୍ୟରେ ଭାରି ବର୍ଷା।ଆଗାମୀ ୨୪ ଘଂଟାରେ ଲଘୁଚାପ ସମ୍ଭାବନା।ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ୨୪ ଘଣ୍ଟାରେ ଲଘୁଚାପର ରୂପ ନେବ। ପ୍ରଭାବରେ ଆଗାମୀ ୨୬ ତାରିଖ ଯାଏ ପ୍ରବଳ ବର୍ଷା  ଜାରି ରହିବ। ଆସନ୍ତା  ୨୪ ଘଣ୍ଟାରେ ବିଜୁଳି ଘଡଘଡି ସହ ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ  ଧରଣର ବର୍ଷା ସହ ଗୋଟେ  କିମ୍ବା  ଦୁଇଟି  ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। 

ଆସନ୍ତା ୨୪ ଘଣ୍ଟା ପାଇଁ  ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର,ଭଦ୍ରକ, ବାଲେଶ୍ଵର, ମୟୁରଭଞ୍ଜ, ଯାଜପୁର , କେନ୍ଦୁଝର ଏହି ୧୯ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲ୍ଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ପାଇଁ ୧୫ ଜିଲ୍ଲା ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡା, କୋରାପୁଟ, ମାଲକାନଗିରି , ନବରଙ୍ଗପୁର, ନୂଆପଡା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁରକୁ  ୟେଲ୍ଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି। 

ଅନ୍ୟପଟେ ଆଜିଠୁ ଆରମ୍ଭ ହେଲା ମୌସୁମୀର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା। ସ୍ୱାଭାବିକ ତାରିଖ ୧୭ ସେପ୍ଟେମ୍ବର ବଦଳରେ ଆଜି ଠାରୁ ପଶ୍ଚିମରାଜସ୍ଥାନ ଏବଂ କଚ୍ଛର କିଛି ଅଞ୍ଚଳରୁ ଆଜି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ପାଗ ମଧ୍ୟ ଅନୁକୂଳ ରହିଛି ମୌସୁମୀ ଅପସାରଣ ପାଇଁ। ଏଥିସହ କୃଷି  ତଥା ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ର ନାଥ ପଶୁପାଳକଙ୍କ ଆକଳନ ଅନୁସାରେ ଆଶା କରାଯାଉଛି। ଓଡ଼ିଶାରୁ ମଧ୍ୟ ନିର୍ଦ୍ଧାରିତ ସମୟରେ ମୌସୁମୀ ଅବସାରଣ କରିବ। ଚଳିତବର୍ଷ ରାଜ୍ୟରେ ଭଲ ବର୍ଷା ହୋଇଛି। ବର୍ତ୍ତମାନ ମଧ୍ୟ ଲଘୁଚାପ ପ୍ରଭାବରେ ଭଲ ବର୍ଷା ଜାରି ରହିଛି। 

ଚଳିତ ମୌସୁମୀ ସିଜନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୨୦୧୪.୭ ମିମି  ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୯  ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି। ୧୧୧୪.୬  ମିମି ବର୍ଷା ସ୍ୱାଭାବିକ ରହିବା କଥା। ବର୍ତ୍ତମାନ ସୁଦ୍ଧା ଗୋଟିଏ ଜିଲ୍ଲାରେ ସ୍ୱାଭାବିକ ଠାରୁ  ଅଧିକ ବର୍ଷା ହୋଇଥିବା  ୧୯  ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ଓ ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

ପୁଷ୍ଟିକର
କଦଳୀ ଏବଂ କ୍ଷୀରକୁ ଏକାଠି ଖାଇବା ଦ୍ୱାରା ଶରୀରକୁ ଅନେକ ପୁଷ୍ଟିକର ଲାଭ ମିଳିଥାଏ
ଅର୍ଗସ ବ୍ୟୁରୋ: ଆମେ ଆଗରୁ ଜାଣିଛନ୍ତି ଯେ କ୍ଷୀର ଓ କଦଳୀ ଖାଇଲେ ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ । ଏହି ଦୁଇଟି ଏମିତି ଖାଦ୍ୟ ପଦାର୍ଥ ଯାହା ମିଶାଇକି ଖାଇଲେ ଶୀଘ୍ର ଓଜନ ବଢିଇବା ସ
HEALTH
କଲରା ସ୍ୱାସ୍ଥ୍ୟ ପାଇଁ ଭଲ ନା ଖରାପ ?
ଅର୍ଗସ ବ୍ୟୁରୋ: କଲରା ଖାଇବାକୁ କାହାକୁ ବି ଭଲ ଲାଗେ ନାହିଁ। ତଥାପି କଲରା ଖାଇବାକୁ ଘରେ ସମସ୍ତଙ୍କୁ ବାଧ୍ୟ କରନ୍ତି। କଲରା ମଧୁମେହ ରୋଗୀଙ୍କ ପାଇଁ ଏକ ଔଷଧ ଠାରୁ କମ
AMITABH BACHCHAN
ଐଶ୍ୱର୍ଯ୍ୟାଙ୍କ କଷ୍ଟ ଦେଖି ସହି ପାରିଲେନି ଅମିତାଭ
ଅର୍ଗସ ବ୍ୟୁରୋ: ପୁଣି ଚର୍ଚ୍ଚାରେ ବିଶ୍ୱ ସୁନ୍ଦରୀ। ଗତ କିଛି ଦିନ ହେବ ଅଭିନେତ୍ରୀଙ୍କ ଲାଇଫରେ ଅନେକ କିଛି ଚାଲିଛି। ଜୁଆଡେ ବି ଯାଅ ସେହି ଗୋଟିଏ ପ୍ରଶ୍ନକୁ ନେଇ ଆଲୋଚନା। ସତର