ବଳ ଗୋଟାଉଛି ‘ଦାନା’, ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷିବ
by Argus News
Thu, Oct 24 | 11:25 a.m.

ଅର୍ଗସ ବ୍ୟୁରୋ:  ବଳ ଗୋଟାଉଛି ‘ଦାନା’ । ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ‘ଦାନା’ । ବର୍ଷା ସାଙ୍ଗକୁ ବଢ଼ୁଛି ପବନର ବେଗ । ଆତଙ୍କିତ ଅବସ୍ଥାରେ ଲୋକେ ।ଲ୍ୟାଣ୍ଡଫଲ ପରେ ରିକର୍ଭ କରିବ ଭୀଷଣ ବାତ୍ୟା 'ଦାନା' । ରିକର୍ଭ କରି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶା ମୁହାଁଇବ ଦାନା । ଉତ୍ତର ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ହେବ ବର୍ଷା । ବାତ୍ୟା 'ଦାନା' ପ୍ରଭାବରେ ରାଜଧାନୀ ଭୁବନେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଆଜି ସକାଳୁ ବର୍ଷା ଲାଗି ରହିଥିବାବେେଳେ ଏହା ଆହୁରି ବଢ଼ି ବଢ଼ି ଚାଲିବ। 

ଭୀଷଣ ବାତ୍ୟା ଏବେ ପାରାଦୀପ ଠାରୁ ୨୬୦ କିମି ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ । ଧାମରା ବନ୍ଦର ଠାରୁ ୨୯୦ କିମି ଦକ୍ଷିଣ ପୂର୍ବରେ ରହିଛି ବାତ୍ୟା । ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୨ କିମି ବେଗରେ ଗତି କରୁଛି ଦାନା । ଆଜି ମଧ୍ୟରାତ୍ରରେ ଭିତରକନିକା ଏବଂ ଧାମରା ମଧ୍ୟରେ କରିବ ଲ୍ୟାଣ୍ଡଫଲ । ଲ୍ୟାଣ୍ଡଫଲ ପରେ ଭଦ୍ରକରୁ ରିକର୍ଭ କରି ପଶ୍ଚିମ ଓଡିଶା କୁ ମୁହିଁଇବ । କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଦେଇ ଅତିକ୍ରମ କରିବ ସିଷ୍ଟମ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

CYCLONE DANA
2m ago
ରାତି 3 ଟାରୁ ଭୋର୍ ମଧ୍ୟରେ ହୋଇଯିବ ଲ୍ୟାଣ୍ଡଫଲ୍
ଅର୍ଗସ ବ୍ୟୁରୋ: ଉପକୂଳ ଆଡକୁ ମାଡି ଆସୁଛି ବାତ୍ୟା ଦାନା । ଆଜି ରାତି ଘଡିସନ୍ଧି ମୁହୂର୍ତ୍ତ । ଧୀରେ ଧୀରେ ବଢୁଛି ବର୍ଷା ଓ ପବନ । ଅଶାନ୍ତ ହେଉଛି ସମୁଦ୍ର । ପାଣିପାଗ ବିଭାଗର ଆକଳ ଅନୁଯାୟ
ବାତ୍ୟା ମୁକାବିଲା ପାଇଁ
30m ago
ବାତ୍ୟା ମୁକାବିଲା ପାଇଁ ସରକାରଙ୍କ ବ୍ୟାପକ ପ୍ରସ୍ତୁତି
ଅର୍ଗସ ବ୍ୟୁରୋ: ସ୍ଥଳ ଭାଗ ମୁହାଁ ବାତ୍ୟା। ସଚିବାଳୟରେ ଘନ ଘନ ବୈଠକ । ସ୍ଥିତିର ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ । ବିଭିନ୍ନ ମନ୍ତ୍ରୀ ବିଭାଗୀୟ ସଚିବ ଓ ଜିଳ୍ଲପାଳ ଙ୍କ ସହ ଆଲୋଚନ
ଦାନା ମୁକାବିଲା
38m ago
ଦାନା ମୁକାବିଲା; ରାଜ୍ୟ ବିଜେପି କାର୍ଯ୍ୟାଳୟରେ 24 ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍
ଭୁବନେଶ୍ୱର: ଆମ ରାଜ୍ୟରେ ସାମ୍ପ୍ରତିକ ବାତ୍ୟା "ଦାନା"ର ପୂର୍ବବର୍ତ୍ତୀ ଓ ପରବର୍ତ୍ତୀ ଅବସ୍ଥା ତଥା ଏହାର ନିରାକରଣ ସଂକ୍ରାନ୍ତୀୟ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲାଯା