ବୋହୂର ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
by Argus News
Wed, Apr 24 | 3:39 p.m.

ଅର୍ଗସ ବ୍ୟୁରୋ:  ଶାଶୂଘରୁ ବୋହୂର ସନ୍ଦେହଜନକ ଅବସ୍ଥାରେ ମୃତଦେହ ଉଦ୍ଧାର। ହତ୍ୟା ଅଭିଯୋଗ ଆଣିଲେ ଝିଅର ପରିବାର ଲୋକେ। ନୟାଗଡ ଜିଲ୍ଲା ରଣପୁର ଥାନା ଅନ୍ତର୍ଗତ ପାଇକ ସାହିର ପ୍ରଶାନ୍ତ ସ୍ୱାଇଁ ବାଉଁଶଗଡ଼ ଗ୍ରାମର ମଧୁ ପରିଡାଙ୍କ ଝିଅ ଶ୍ରଦ୍ଧାଙ୍କୁ ଛଅ ବର୍ଷ ତଳେ ପ୍ରେମ ବିବାହ କରିଥିଲେ। ସ୍ୱାମୀ ପ୍ରଶାନ୍ତଙ୍କର ଅନୈତିକ ସମ୍ପର୍କ ଥିବା ସନ୍ଦେହ କରି ଅନେକ ସମୟରେ ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ଲାଗୁଥିଲା।

ତେବେ ହଠାତ୍‌ ଶ୍ରଦ୍ଧାଙ୍କର ମୃତଦେହ ଘରୁ ଉଦ୍ଧାର ହୋଇଛି। ଏହା ଦେଖି ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଥିଲେ । ରଣପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ମୃତଦେହକୁ ଉଦ୍ଧାର କରିବା ସହ ସ୍ୱାମୀ ପ୍ରଶାନ୍ତ ସ୍ୱାଇଁଙ୍କୁ ଅଟକ ରଖି ଅଧିକ ତଦନ୍ତ କରୁଛି । ଏହା ହତ୍ୟା ନା ଆତ୍ମହତ୍ୟା ଜଣାପଡିନାହିଁ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ