ରଥଯାତ୍ରାରେ ସାମିଲ୍ ହେବେ ମହାମହିମ; ଆସିଲା ପୁରା ସୂଚୀ
by Argus News
Tue, Jul 02 | 8:55 a.m.

ପୁରୀ: ରଥଯାତ୍ରାରେ ସାମିଲ୍ ହେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ନେଇ ମିନିଟ୍ ଟୁ ମିନିଟ୍ ସିଡୁଲ୍ ପ୍ରକାଶ ପାଇଛି । ରଥଯାତ୍ରା ଦିନ ଅର୍ଥାତ ଆସନ୍ତା 7 ତାରିଖରେ ମହାମହିମ ରାଷ୍ଟ୍ରପତି ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଦିନ 11ଟାରେ ପୁରୀ ସମଙ୍ଗରେ ହୋଇଥିବା ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିବା ପରେ ସିଧାସଳଖ ରାଜଭବନ ଅଭିମୁଖେ ଯିବେ । 

ରାଜଭବନରେ ପ୍ରାୟ ଅଧଘଣ୍ଟା ବିଶ୍ରାମ ନେଇ ଦିନ 11.50ରେ ଶ୍ରୀମନ୍ଦିର ଅଭିମୁଖେ କାରକେଟ୍ ଯୋଗେ ବାହାରିବେ । ଦିନ 12 ଟାରେ ଶ୍ରୀମନ୍ଦିର ନିକଟରେ ପହଞ୍ଚି ପ୍ରାୟ ଏକ ଘଣ୍ଟା ଅର୍ଥାତ ଦିନ 1ଟା ପର୍ଯ୍ୟନ୍ତ ରଥଯାତ୍ରାରେ ସାମିଲ ହେବେ । ଅପରାହ୍ନ 1ଟାରେ ରାଷ୍ଟ୍ରପତି ରାଜଭବନ ପ୍ରତ୍ୟାବର୍ତ୍ତନ କରି ଭୁବନେଶ୍ୱର ଅଭିମୁଖେ ବାହାରିବେ ।

ରଥଯାତ୍ରା ଦିନ ପ୍ରବଳ ଭକ୍ତଙ୍କ ସମାଗମ ହେବ ।  ରାଷ୍ଟ୍ରପତିଙ୍କ ପୁରୀ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ଗତକାଲି ପୋଲିସ ଡିଜି ଅରୁଣ ଷଡଙ୍ଗୀ କହିଛନ୍ତି । 

ଦଶମୂଳ ସେବନ ପରେ ସମ୍ପୂର୍ଣ୍ଣ ସୁସ୍ଥ ହେବେ ମହାପ୍ରଭୁ
 

ପ୍ରବଳ ବର୍ଷା
ଦିଲ୍ଲୀ ସମେତ ଉତ୍ତର ଭାରତରେ ପ୍ରବଳ ବର୍ଷା ସମ୍ଭାବନା
ନୂଆଦିଲ୍ଲୀ: ଆସାମ ଓ ହିମାଚଳରେ ବର୍ଷା ବିତ୍ପାତ । ହିମାଳୟ କ୍ଷେତ୍ରରେ ବିଭିନ୍ନ ସ୍ଥାନରେ ଭୂସ୍ପଳନ ଘଟିବାରୁ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । କେବଳ ଆସାମରେ ବର୍ଷା ଜନିତ ମୃତ୍ୟ
ହସ୍ପିଟାଲରେ ଭର୍ତ୍ତି
ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ: ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ହସ୍ପିଟାଲରେ ଭର୍ତ୍ତି । ଗୋଟିଏ ସପ୍ତାହ ମଧ୍ୟରେ ୨ ଥର ହସ୍ପିଟାଲରେ ହେଲେଣି ଭର୍ତ୍ତି । ଆଡଭାନୀଙ୍କ ସ୍ବାସ୍ଥ୍ୟବସ୍ଥା ଖରା
ନିର୍ବାଚନ
ଦେଶରେ ନୂଆ ସରକାର ବାଛିବେ ବ୍ରିଟିଶବାସୀ
ନୂଆଦିଲ୍ଲୀ: ଆଜି ବ୍ରିଟେନ ନିର୍ବାଚନ । ଦେଶରେ ନୂଆ ସରକାର ବାଛିବେ ବ୍ରିଟିଶବାସୀ । ଏଥର ଋଷି ସୁନକଙ୍କ କଞ୍ଜରଭେଟିଭ ପାର୍ଟି ଏବଂ ଲେବର ପାର୍ଟି ମଧ୍ୟରେ କଡା ଟକ୍କର ହେଉଛି । ୬୫୦ ଆସ