ଆଜି ଦିନିକିଆ ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
by Argus News
Thu, Feb 22 | 7:09 a.m.

ଅର୍ଗସ ବ୍ୟୁରୋ : ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଆଗାମୀ ୨୪ ନିର୍ବାଚନ ପାଖେଇ ଆସୁଥିବା ବେଳେ କର୍ମୀଙ୍କ ମନରେ ଜୋଶ୍ ଭରିବେ ରାଜନାଥ । ନବରଙ୍ଗପୁର, ବ୍ରହ୍ମପୁର ଓ ବାରିପଦାରେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପୂର୍ବାହ୍ନ ୧୧ଟାରେ ନବରଙ୍ଗପୁରର ସର୍କିଟ ହାଉସ ପଡ଼ିଆରେ ରହିଛି ରାଜନାଥଙ୍କର ପ୍ରଥମ କାର୍ଯ୍ୟକ୍ରମ । 

ନବରଙ୍ଗପୁର ପରେ ଦିନ ସାଢ଼େ ବାରଟାରେ ବ୍ରହ୍ମପୁର ଆମ୍ବପୁଆସ୍ଥିତ ବିବେକ ବିହାର ପଡ଼ିଆରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶକୁ ସମ୍ବୋଧନ କରିବେ ପ୍ରତିରକ୍ଷା ମନ୍ତ୍ରୀ । ତା ପରେ ଅପରାହ୍ନ ୪ଟାରେ ବାରିପଦା ଛଉପଡ଼ିଆ ଠାରେ ଅନୁଷ୍ଠିତ ଦଳୀୟ କର୍ମୀ ସମ୍ମିଳନୀ ଓ ଜନସଭାରେ ଯୋଗଦେବେ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଉତ୍ତର ଓଡିଶାର ୪ଟି ସଂସଦୀୟ କ୍ଷେତ୍ରର ଦଳୀୟ କର୍ମକର୍ତ୍ତାଙ୍କୁ ବିଜୟ ମନ୍ତ୍ର ବାଣ୍ଟିବେ ରାଜନାଥ। କିଛି ଦିନ ତଳେ ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଶେଷ ହୋଇଥିବା ବେଳେ ଏହି ବୈଠକରେ ଦଳ ନିଜର ଲକ୍ଷ୍ୟ ନିର୍ଦ୍ଧାରଣ କରିଛି । 2024ରେ ବିଜେପି ୩୭୦ ଓ NDA ୪୦୦ ପାରର ଲକ୍ଷ୍ୟ ନେଇ ଆଗକୁ ବଢ଼ୁଥିବା ବେଳେ ଦଳ ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଥିବା ଦେଖିବାକୁ ମିଳିଛି ।

ଉଚ୍ଚ ଜୁଆର
31m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
34m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ