ଆଜି ସରିବ କେଜ୍ରିୱାଲଙ୍କ ରିମାଣ୍ଡ ଅବଧି 
by Argus News
Thu, Mar 28 | 6:50 a.m.

ନୂଆଦିଲ୍ଲୀ:  ଆଜି ସରିବ କେଜ୍ରିୱାଲଙ୍କ ରିମାଣ୍ଡ ଅବଧି । 6 ଦିନିଆ ରିମାଣ୍ଡ ଶେଷ ପରେ ବି ଇଡି ହେପାଜତରେ ରହିବେ ଆପ ସୁପ୍ରିମୋ । ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଆବେଦନ ଉପରେ ଆଜି ଦିଲ୍ଲୀ ହାଇକୋର୍ଟରେ ହେବ ଶୁଣାଣି।

ଅବକାରୀ ନୀତି ଦୁର୍ନୀତି ଘଟଣାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଦିଲ୍ଲୀ ହାଇକୋର୍ଟରୁ ଆଶ୍ୱସ୍ତି ମିଳିନାହିଁ। ସେ ଇଡିର ଗିରଫଦାରୀ ଓ ରିମାଣ୍ଡକୁ ବେଆଇନ ଦର୍ଶାଇ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିଥିଲେ। ବୁଧବାର କୋର୍ଟ କେଜ୍ରିୱାଲଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିନଥିବାବେଳେ ଆଜି ପୁଣି ଶୁଣାଣି ହେବାକୁ ଯାଉଛି ।  

ଇଡି ବିରୋଧରେ କେଜ୍ରିୱାଲଙ୍କ ଆବେଦନର ପରବର୍ତ୍ତୀ ଶୁଣାଣି ଆସନ୍ତା ଏପ୍ରିଲ ୩ରେ ହେବ। ସେ ଯାଏ କେଜ୍ରିୱାଲ ଇଡି ହେପାଜତରେ ରହିବେ। ଅବକାରୀ ନୀତି ଦୁର୍ନୀତିରେ କେଜ୍ରିୱାଲଙ୍କୁ ଇଡି ମାର୍ଚ୍ଚ ୨୧ରେ ଗିରଫ କରି ୨୮ ଯାଏ ରିମାଣ୍ଡରେ ନେଇଥିଲା । ଏହାକୁ କେଜ୍ରିୱାଲଙ୍କ ପକ୍ଷରୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା।

ଅଧିକ ପଢନ୍ତୁ ଭାରତ ଖବର 

SHREE MANDIR
ଅନ୍ଧାରରେ ଶ୍ରୀମନ୍ଦିର, ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ
ଅର୍ଗସ ବ୍ୟୁରୋ : ଅନ୍ଧାରରେ ଶ୍ରୀମନ୍ଦିର । ଅନ୍ଧାରରେ ଶ୍ରଦ୍ଧାଳୁ । ପ୍ରାୟ ୧୫ ମିନିଟ୍ ଲାଇନ୍ କଟିବା ଯୋଗୁଁ ଶ୍ରୀମନ୍ଦିର ଭିତରେ ଅନ୍ଧାର । ପାୱର ଟ୍ରିପ୍ ଯୋଗୁଁ ଅନ୍ଧାର ହୋଇଥିବା ସୂଚନା
AAP LEADER
ମନୀଷ ସିସୋଦିଆଙ୍କ ବିଚାର ବିଭାଗୀୟ ହାଜତ ମେ’ ୨୧ ପର୍ଯ୍ୟନ୍ତ ବୃଦ୍ଧି
ଅର୍ଗସ ବ୍ୟୁରୋ : ମନୀଷ ସିସୋଦିଆଙ୍କ ନ୍ୟାୟିକ ହେପାଜତ ଅବଧି ବୃଦ୍ଧି । ଦିଲ୍ଲୀ ମଦ ଦୁର୍ନୀତି ମାମଲା ମାମଲାରେ ଗିରଫ ସିସୋଦିଆଙ୍କ ଜେଲ୍ ଅବଧି ମେ ୨୧ ଯାଏ ବୃଦ୍ଧି କରିଛନ୍ତି କୋର୍ଟ
BJP
ବିଜେପି ପ୍ରାର୍ଥୀଙ୍କୁ ପଦ୍ମ ଫୁଲରେ ଭୋଟ୍ ଦେବା ପାଇଁ କଲେ ନିବେଦନ
ଅର୍ଗସ ବ୍ୟୁରୋ : ଦେବଗଡ ସମେତ ଓଡ଼ିଶାରେ ରେଳ ଲାଇନ କାମରେ ଜମି ଅଧିଗ୍ରହଣରେ ରାଜ୍ୟ ସରକାର ବାଧକ ସାଜିଛନ୍ତି । ଓଡ଼ିଶାରେ ବିଜେପି ସରକାର ଆସିଲେ ଜମି ଅଧିଗ୍ରହଣ ସମସ୍ୟା ରହିବ ନାହିଁ । ଏଠାର