ପୁଣି ଥରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ କେଜ୍ରିୱାଲ
by Argus News
Mon, Aug 12 | 10:00 p.m.

ଅର୍ଗସ ବ୍ୟୁରୋ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରୁ ମୁକୁଳିବା ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସୋମବାର ସୁପ୍ରିମକୋର୍ଟଙ୍କ ଦ୍ବାରସ୍ତ ହୋଇଛନ୍ତି।ସୂଚନା ଅନୁଯାୟୀ, ସେ ଦିଲ୍ଲୀ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିଛନ୍ତି। ଯେଉଁଥିରେ ସିବିଆଇ ଗିରଫଦାରୀକୁ ରଦ୍ଦ କରିବାକୁ ମନା କରିଦେଇଥିଲେ କୋର୍ଟ। ଜାମିନ ପ୍ରଦାନ କରିବାକୁ କେଜ୍ରିୱାଲ ସୁପ୍ରିମକୋର୍ଟରେ ଦାବି କରିଛନ୍ତି।ତେବେ କେଜ୍ରିୱାଲଙ୍କୁ ଇଡି ମାମଲାରେ ପୂର୍ବରୁ ସୁପ୍ରିମକୋର୍ଟ ଅନ୍ତରୀଣ ଜାମିନ ଦେଇସାରିଛନ୍ତି।

ବରିଷ୍ଠ ଆଇନଜୀବୀ ଅଭିଷେକ ମନୁ ସିଂଘଭି ଏବଂ ବିକ୍ରମ ଚୌଧୁରୀ ତୁରନ୍ତ ମାମଲାର ତାଲିକାଭୁକ୍ତ କରିବାକୁ ଅନୁରୋଧ କରିଛନ୍ତି।ଅପରପକ୍ଷରେ ଦିଲ୍ଲୀ ମଦ ଦୁର୍ନୀତି ସହ ଜଡିତ ମାମଲାରେ ସିବିଆଇ ଯାଞ୍ଚ କରୁଛି। ସିବିଆଇ ତଥ୍ୟ ଆଧାରରେ ରାଉଜ ଆଭେନ୍ୟୁ କୋର୍ଟ କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତକୁ ଅଗଷ୍ଟ ୨୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।

ବାଲେଶ୍ବର ବନ୍ୟା
38m ago
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ