ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଘାଣ୍ଟିବ ଘନ କୁହୁଡି
by Argus News
Fri, Feb 02 | 5:57 p.m.

ଅର୍ଗସ ବ୍ୟୁରୋ: ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଘାଣ୍ଟିବ ଘନ କୁହୁଡି। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘନ କୁହୁଡିର ଆସ୍ତରଣ ନେଇ ସତର୍କତା ଜାରି କରାଯାଇଛି। ଆସନ୍ତା କାଲି ଘନ କୁହୁଡି ପାଇଁ ୧୦ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିଭଳି ୪ ତାରିଖରେ ଘନ କୁହୁଡି ନେଇ ୬ଟି ଜିଲ୍ଲାକୁ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। 

ଏହି ସବୁ ଜିଲ୍ଲାରେ ଦୃଶ୍ୟମାନ ଦୂରତା ୫୦ ରୁ ୨୦୦ ମିଟର ମଧ୍ୟରେ ରହିବ। ବାକି ଓଡ଼ିଶାର କିଛି ଜିଲ୍ଳାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ବର୍ତ୍ତମାନ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ଅଧିକ ରହୁଥିବାରୁ ଏଭଳି ପରିସ୍ଥିତି ଦେଖାଦେଇଛି। ପାଣିପାଗ କେନ୍ଦ୍ରର ସତର୍କତା ପରେ ପୋଲିସ ଡିଜି ଏବଂ ପରିବହନ ବିଭାଗକୁ ଚିଠି ଲେଖିଛନ୍ତି ଏସ୍ଆରସି। ଘନ କୁହୁଡି ସମୟରେ ଗାଡି ଚଳାଚଳ ଉପରେ ନଜର ରଖିବା ସହ ଡ୍ରାଇଭର ମାନଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେପଟେ ଆସନ୍ତା କାଲି ସକାଳ ସାଢେ ଆଠଟା ସୁଦ୍ଧା ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ବର୍ତ୍ତମାନ ରାଜ୍ୟରେ କୌଣସି ପାଣିପାଗ ନିୟାମକ ନ ଥିବାରୁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

ଆଜିଠାରୁ ଏକମାସ
5m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
26m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
28m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି