ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଅବପାତ ରୂପ ନେଲା ସଦୃଶ୍ୟ ଲଘୁଚାପ
by Argus News
Sun, Sep 01 | 8:20 a.m.

ଭୁବନେଶ୍ୱର: ବଙ୍ଗୋପସାଗରରେ ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ । ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପ ସାଗରରେ ଅବପାତ ରୂପ ନେଇଛି। କ୍ରମଶଃ ଏହା ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ଉପକୂଳ ଅତିକ୍ରମ କରିବ । ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡିଶା ଉପକୂଳ ଅତିକ୍ରମ କରିବ। ଏହାର ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। 

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଅର୍ଥାତ୍ ୭ ରୁ ୨୦ ସେମି ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନୂଆପଡ଼ା, କଳାହାଣ୍ଡି,କନ୍ଧମାଳ,ରାୟଗଡ଼ା, ଗଜପତି ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ପାଇଁ ସମୁଦ୍ର ଅଶାନ୍ତ ରହୁଥିବାରୁ ୧ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

ଆହୁରି ପଢନ୍ତୁ ପାଣିପାଗ ଖବର...
 

ପେଜର ବିସ୍ଫୋରଣ
2m ago
ଲେବାନନରେ ଭୟଙ୍କର "ପେଜର ବିସ୍ଫୋରଣ", ଗଲା ୧୧ ଜଣଙ୍କ ଜୀବନ
ଅର୍ଗସ ବ୍ୟୁରୋ : ଲେବାନନରେ ଭୟଙ୍କର ପେଜର ବିସ୍ଫୋରଣ । ନିମିଷକେ ଚାଲିଗଲା ୧୧ ଜଣଙ୍କ ପ୍ରାଣ । ଏହାସହିତ ୪ ହଜାରରୁ ଅଧିକ ଆହତ ବି ହୋଇଛନ୍ତି । ଲେବନାନରେ ଥିବା ହିଜବୁଲ୍ଲାରର ସଦସ୍ୟ ଉପର
ପ୍ରଧାନମନ୍ତ୍ରୀ
10m ago
ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନକୁ କ୍ୟାବିନେଟ୍ ମଞ୍ଜୁରୀ
ଅର୍ଗସ ବ୍ୟୁରୋ : ଆଦିବାସୀଙ୍କ ଉନ୍ନତି ଉପରେ ମୋଦି ସରକାରଙ୍କ ଫୋକସ୍ । ଆଦିବାସୀ ବହୁଳ ଅଞ୍ଚଳରେ ବିକାଶ ମୂଳକ କାମକୁ ଗତି ଦେବାକୁ ଆରମ୍ଭ ହେଉଛି ବଡ଼ ଯୋଜନା । ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନ
ନିର୍ବାଚନ
29m ago
ସାରା ଦେଶରେ ଏକାସାଙ୍ଗରେ ହେବ ଲୋକସଭା ଓ ବିଧାନସଭା ନିର୍ବାଚନ
ନୂଆଦିଲ୍ଲୀ : ଦେଶରେ ଏକା ସାଙ୍ଗରେ ହେବ ଲୋକସଭା ଓ ବିଧାନସଭା ନିର୍ବାଚନ। ଏ ନେଇ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିର ପ୍ରସ୍ତାବକୁ ମିଳିଛି ମୋଦ