ସୁଭଦ୍ରା ଯୋଜନାକୁ ନେଇ ସତର୍କ କରାଇଲେ ଉପମୁଖ୍ୟମନ୍ତ୍ରୀ
by Argus News
Mon, Sep 16 | 2:20 p.m.

ଅର୍ଗସ ବ୍ୟୁରୋ : ସୁଭଦ୍ରା ଯୋଜନାକୁ ନେଇ ସତର୍କ କରାଇଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । କହିଲେ, ମହିଳା ମାନେ ସାଇବର ଠକେଇର ଶିକାର ହୁଅନ୍ତୁ ନାହିଁ । ସୁଭଦ୍ରା ଯୋଜନା ପାଇଁ ସରକାରଙ୍କ ପକ୍ଷରୁ କୌଣସି ଫୋନ କିମ୍ବା ଲିଙ୍କ ଯିବ ନାହିଁ ।  ଫୋନ କଲ ଏବଂ ଲିଙ୍କ ଆଦି ଉପରେ ଧ୍ୟାନ ଦେଲେ ସାଇବର ଠକେଇର ଶିକାର ହୋଇଯିବେ । ଏ ସବୁ କିଛି କରନ୍ତୁ ନାହିଁ, ସୁଭଦ୍ରା ଟଙ୍କା ମହିଳାଙ୍କ ଆକାଉଣ୍ଟରେ ସିଧାସଳଖ ଡିବିଟି ମାଧ୍ୟମରେ ପହଞ୍ଚିବ ବୋଲି କହିଲେ ଉପମୁଖ୍ୟମନ୍ତ୍ରୀ । 

ଅଧିକ ପଢନ୍ତୁ : ମୋଦିଙ୍କ ଭୁବନେଶ୍ବର ଗସ୍ତ ପାଇଁ ଜାରି ହେଲା କଟକଣା

କିଛି ସମୟ ପୂର୍ବରୁ ଖବର ଆସିଲା, ସୁଭଦ୍ରା ଟଙ୍କା ଆକାଉଣ୍ଟକୁ ଯାଇଛି କି ନାହିଁ, ସେଥିପାଇଁ ଜଣଙ୍କୁ ଫୋନ କଲ ଆସିଲା । ଲିଙ୍କରେ କ୍ଲିକ୍ କଲେ ସୁଭଦ୍ରା ଯୋଜନାର ଟଙ୍କା ମିଳିଯିବ ବୋଲି କହିଲେ । ସେହି ବ୍ୟକ୍ତିଙ୍କ ଆକାଉଣ୍ଟରୁ 12 ହାଜର 500 ଟଙ୍କା କଟି ଗଲା ।

ତେବେ ଆସନ୍ତା କାଲି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନିଜ ଜନ୍ମଦିନରେ ପ୍ରାୟ ୬୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ବାଣ୍ଟିବେ ପ୍ରଥମ କିସ୍ତି ଟଙ୍କା । ଯାହାକୁ ନେଇ ଖୁବ୍ ଉତ୍ସାହିତ ମହିଳା। ଏହା ସହ ଦେଶର 10 ଲକ୍ଷ ଆବାସ ହିତାଧିକାରୀଙ୍କୁ ମଧ୍ୟ ପ୍ରଥମ କିସ୍ତି ଟଙ୍କା ଦେବେ ମୋଦି। ଆବାସ ପ୍ଲସ୍ 2024 ଆପର ମଧ୍ୟ ଉନ୍ମୋଚନ କରିବେ । 
 

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ