83 ବର୍ଷ ବୟସରେ ହୃଦ୍‌ଘାତରେ ଧନେଶ୍ଵର ମାଝୀଙ୍କ ବିୟୋଗ
by Argus News
Wed, Oct 09 | 11:57 a.m.

ଅଗର୍ସ ବ୍ୟୁରୋ: ପୂର୍ବତନ ବିଧାୟକ ତଥା ରାଜ୍ୟସଭା ସାଂସଦ ଧନେଶ୍ୱର ମାଝୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। କେସିଙ୍ଗା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଆଜି ସକାଳେ ତାଙ୍କ ଛାତିରେ ଯନ୍ତ୍ରଣା ହୋଇଥିଲା। ପରିବାର ଲୋକେ ଶ୍ରୀ ମାଝୀଙ୍କୁ କେସିଙ୍ଗା ମେଡ଼ିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। 

ଏପିରିକି ଧନେଶ୍ୱର ୧୯୭୮ରୁ ୧୯୮୪ ମସିହା ଯାଏଁ ରାଜ୍ୟସଭାର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ସେହିପରି ନର୍ଲା ଏବଂ କେସିଙ୍ଗା ବିଧାନସଭା ଆସନରୁ ୧୯୭୧, ୧୯୭୪, ୨୦୦୦, ୨୦୦୪, ୨୦୧୪ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । କେସିଙ୍ଗା ଓ ନର୍ଲାରୁ ୫ ଥର ବିଧାୟକ ହୋଇଥିଲେ ଶ୍ରୀ ମାଝୀ। କିଛି ମାସ ତଳେ ଧନେଶ୍ୱର ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିଲେ। ଶ୍ରୀ ମାଝୀଙ୍କ ବିୟୋଗରେ ନେତା, କର୍ମୀ ଓ ବିଶିଷ୍ଟ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି। ଏଥିସହ ତାଙ୍କର ଶେଷ ଦର୍ଶନ କରିଛନ୍ତି।


 

ଯୁବଶକ୍ତି
'ସଂଘର୍ଷ ଦ୍ବାରା ନିଜ ପାଇଁ ରାସ୍ତା ନିର୍ମାଣ କରନ୍ତୁ ଯୁବଶକ୍ତି, ସଫଳତା ପାଦ ଛୁଇଁବ '
ଅର୍ଗସ ବ୍ୟୁରୋ: ସଂଘର୍ଷ ଦ୍ବାରା ନିଜ ପାଇଁ ରାସ୍ତା ନିର୍ମାଣ କରନ୍ତୁ ଯୁବଶକ୍ତି, ସଫଳତା ପାଦ ଛୁଇଁବ । ଗୁରୁବାର ଗୋରଖପୁରର ମହାରାଣା ପ୍ରତାପ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳି
ଲାଓସରେ ପ୍ରଧାନମନ୍ତ୍ରୀ
ଦୁଇ ଦିନିଆ ଭିଏତନାମା ଗସ୍ତରେ ଥିବା ପିଏମ୍ ମୋଦି
ଅର୍ଗସ ବ୍ୟୁରୋ: ଲାଓସରେ ପ୍ରଧାନମନ୍ତ୍ରୀ ମୋଦି । ଆଜି ଲାଓସରେ ପହଂଚିବାପରେ ପ୍ରଧାନମନ୍ତ୍ରୀଙ୍କ ଭବ୍ୟ ସ୍ବାଗତ କରାଯାଇଥିଲା । ଦୁଇ ଦିନିଆ ଭିଏତନାମା ଗସ୍ତରେ ଥିବା ପିଏମ୍ ମୋଦି 21ତ
SAPTAMI PUJA
ଘଣ୍ଟ ଘଣ୍ଟା ସାଙ୍ଗକୁ ପାରମ୍ପରିକ ବାଦ୍ୟରେ ପ୍ରକମ୍ପିତ ଶକ୍ତିପୀଠ
ଅର୍ଗସ ବ୍ୟୁରୋ: ଦଶଭୂଜାଙ୍କ ଆଗମନ ପାଇଁ ରାଜ୍ୟସାରା ପାର୍ବଣର ଧୁମ୍ । ଆଜି ମଣ୍ଡପେ ମାଆଙ୍କ ସପ୍ତମୀ ଓ ପୀଠରେ ମହାଅଷ୍ଟମୀ ପୂଜା ଚାଲିଛି । ଘଣ୍ଟ ଘଣ୍ଟା ସାଙ୍ଗକୁ ପାରମ୍ପରିକ ବାଦ୍ୟର