ଢ଼େଙ୍କାନାଳରେ ଦକ୍ଷତା ବିକାଶ କେନ୍ଦ୍ର, ବାର୍ଷିକ 12 ଶହରୁ ଉର୍ଦ୍ଧ୍ୱ ଯୁବକ ଯୁବତୀଙ୍କୁ ଦିଆଯିବ ପ୍ରଶିକ୍ଷଣ
by Argus News
Sun, Feb 25 | 4:57 p.m.

ଢେଙ୍କାନାଳ: ଢ଼େଙ୍କାନାଳରେ ଦକ୍ଷତା ବିକାଶ କେନ୍ଦ୍ରର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଢ଼େଙ୍କାନାଳ ସହରର ବସ ଷ୍ଟାଣ୍ଡରେ ୫ ମହଲା ବିଶିଷ୍ଟ ଏକ ଦକ୍ଷତା କେନ୍ଦ୍ରର ମଧ୍ୟ ଶୁଭାରମ୍ଭ ହୋଇଛି । 

ଏଥିରେ ୮ ଟି ବିଷୟରେ ପିଲାଙ୍କୁ ତାଲିମ୍ ଦିଆଯାଉଛି । ଯେଉଁଥିରେ ହୋଟେଲ ଇଣ୍ଡଷ୍ଟ୍ରି ଠୁ ନେଇ ଆଇଟି ସେକ୍ଟର ଓ ଗ୍ରାଫିକ୍ସ ଡିଜାଇନ୍ ଭଳି କୋର୍ସରେ ପିଲାଙ୍କୁ ତାଲିମ୍ ଦିଆଯିବ । ୩ ରୁ ୪ ମାସ ତାଲିମ୍ ନେଇ ସାର୍ଟିଫିକେଟ ପାଇବା ପରେ ୨୫ ହାଜର ଟଙ୍କା ଦରମା ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ଚାକିରି ପାଇ ପାରିବେ । 

ସ୍କିଲ ଇଣ୍ଡିଆ ଓ NSDC ଏକାଡେମୀ ଉଦ୍ୟମରେ ଢ଼େଙ୍କାନାଳ ସହରରେ ଆରମ୍ଭ ହୋଇଥିବା ଏହି ଦକ୍ଷତା ବିକାଶ ତାଲିମ୍ କେନ୍ଦ୍ର ଆଗମୀ ଦିନରେ ଛାତ୍ରଛାତ୍ରୀମାନଙ୍କୁ ରୋଜଗାର ଯୋଗାଇବା ସହ ଭବିଷ୍ୟତ ଗଠନ ଦିଗରେ ସହାୟକ ହେବ । ଏନେଇ ସ୍ଥାନୀୟ ବାସିନ୍ଦାଙ୍କ ସହ ଛାତ୍ରଛାତ୍ରୀମାନେ ଆଶାବାଦୀ ହେବା ସହ ଏଭଳି ପ୍ରଚେଷ୍ଟା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଆଗାମୀ ଦିନରେ ଢେଙ୍କାନାଳ ଆଧୁନିକ ଯୋଗାଯୋଗର ଭବିଷ୍ୟତ କେନ୍ଦ୍ର ବା ମଡର୍ଣ୍ଣ କମ୍ୟୁନିକେସନର ଫ୍ୟୁଚରିଷ୍ଟିକ୍ ସେଣ୍ଟର ହେବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି । ଗତ 20 ତାରିଖରେ ଏନଏସଡିସି ଦ୍ୱାରା ସମ୍ବଲପୁରରେ ଦେଶର ପ୍ରଥମ ସ୍କିଲ୍ ଇଣ୍ଡିଆ ସେଣ୍ଟର ଉଦଘାଟନ ପରେ ଢେଙ୍କାନାଳରେ ଏହି ସେଣ୍ଟର ଉଦଘାଟନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।  
 

ରାଜ୍ୟରେ ଲାଗୁ ହେବ
10m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର