ଗରିବଙ୍କ ପଇସାକୁ ଲୁଟୁଥିବା ଲୋକମାନେ ଜେଲ୍ ଯିବେ- ଧର୍ମେନ୍ଦ୍ର ପ୍ରଧାନ
by Argus News
Sun, Dec 10 | 6:06 p.m.

ଭୁବନେଶ୍ୱର: ଯେଉଁମାନେ ଗରିବଙ୍କ ଟଙ୍କାକୁ ଲୁଟୁଛନ୍ତି, ସେମାନଙ୍କୁ ଜେଲ ପଠାଯିବ । ମୋଦି କାହାକୁ ଛାଡିବେ ନାହିଁ ବୋଲି ରାଜ୍ୟରେ ଶହ ଶହ କୋଟି ଟଙ୍କା ଜବତ ହେବା ଘଟଣାରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । 

ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ଆଜି ଓଡ଼ିଶାରେ ୮୦ ପ୍ରତିଶତ ଲୋକ ମୋଦିଜୀଙ୍କୁ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଛନ୍ତି । ମୋଦିଙ୍କ ଶାସନ ବ୍ୟବସ୍ଥାକୁ ଲୋକମାନେ ପସନ୍ଦ କରୁଛନ୍ତି । ଓଡ଼ିଶା ସମେତ ଦେଶର ଜନସାଧାରଣ ମୋଦିଙ୍କ ଗ୍ୟାରେଣ୍ଟି ଉପରେ ଭରସା କରୁଛନ୍ତି ।  ଯେଉଁମାନେ ଜବତ ହୋଇଥିବା ଅର୍ଥ କାରବାରରେ ସଂଶ୍ଲିଷ୍ଟ ଅଛନ୍ତି, ସେମାନେ ଯେତେ ପ୍ରଭାବଶାଳୀ ହେଲେ ମଧ୍ୟ ମୋଦି ସରକାର କାହାକୁ ବି ଛାଡିବେନାହିଁ । ଗରିବ ଓଡିଶାବାସୀଙ୍କ ଟଙ୍କାକୁ ଯିଏ ଲୁଟିଛି ତାକୁ ଜେଲ ପଠାଯିବ ।

'ଏ ଟଙ୍କା ଆଗାମୀ ନିର୍ବାଚନ ପାଇଁ ଗଚ୍ଛିତ ରଖାଯାଇଥିଲା' 

ଏହି ଘଟଣାରେ ଯେଉଁ କଂଗ୍ରେସ ସାଂସଦଙ୍କ ନାଁ ଆସୁଛି, ତାଙ୍କ ପରିବାର ଲଗାତାର ଭାବେ ଓଡିଶାରେ ବ୍ୟବସାୟ କରି ଆସୁଥିଲା । ଯେଉଁମାନେ ଉତ୍ତରଦାୟୀ, ସେମାନେ ଚୁପ୍ ରହି ଉତ୍ତର ଦେବାକୁ ବାଧ୍ୟ ହେବେ । ଏହା ଲୋକଙ୍କ ଅପେକ୍ଷା ରହିଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

ଓଡ଼ିଶା ରେଡରେ ମିଳିଥିବା ଟଙ୍କା କାହାର ବୋଲି ପଚାରିଲେ ଧର୍ମେନ୍ଦ୍ର
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ