ଏମପିଲାଡ୍ କାର୍ଯ୍ୟକ୍ରମ ପାଇଁ ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବେ ଚୟନ କଲେ ଧର୍ମେନ୍ଦ୍ର ପ୍ରଧାନ
by Argus News
Wed, Jun 26 | 2:55 p.m.

ନୂଆଦିଲ୍ଲୀ/ଭୁବନେଶ୍ୱର:  ମାନନୀୟ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ନିଜ ସାଂସଦ ସ୍ଥାନୀୟ କ୍ଷେତ୍ର ବିକାଶ ଯୋଜନା ତଥା ଏମପିଲାଡ୍ କାର୍ଯ୍ୟକ୍ରମ ପାଇଁ ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବରେ ଚୟନ କରିଛନ୍ତି ।  ଏ ନେଇ ଭାରତ ସରକାରଙ୍କ ଷ୍ଟାଟିଷ୍ଟିକ୍ସ ଏବଂ କାର୍ଯ୍ୟକ୍ରମ କ୍ରିୟାନ୍ୱୟନ ମନ୍ତ୍ରଣାଳୟ ଅନ୍ତର୍ଗତ ଏମପିଲାଡ୍ ଡିଭିଜନ ପକ୍ଷରୁ ଏକ ପତ୍ର ଜରିଆରେ ଅବଗତ କରାଯାଇଛି । ସମ୍ବଲପୁର ଲୋକସଭା ସାଂସଦ ଭାବରେ କେନ୍ଦ୍ରମନ୍ତ୍ରୀ ସମ୍ବଲପୁରକୁ ନୋଡାଲ ଜିଲ୍ଲା ଭାବରେ ଚୟନ କରିଛନ୍ତି । ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଅନୁଗୋଳ ଏବଂ ଦେବଗଡ ଜିଲ୍ଲା ଆସୁଅଛି । ସମ୍ବଲପୁର ସମେତ ଅନୁଗୋଳ ଓ ଦେବଗଡରେ ବହୁ ଉନ୍ନୟନମୂଳକ କାର୍ଯ୍ୟକ୍ରମ ହେବା ସହ ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ୱିତ ହେବ ।

ଉଲ୍ଲେଖନୀୟ ଯେ, ଏମପିଲାଡ଼୍ କେନ୍ଦ୍ର ସରକାରଙ୍କର ଏକ ଯୋଜନା ଯାହାର ସଂପୂର୍ଣ୍ଣ ଅର୍ଥ ଭାରତ ସରକାରଙ୍କ ଦ୍ୱାରା ଯୋଗାଇ ଦିଆଯାଇଥାଏ । ଏହି ଯୋଜନାର ଉଦ୍ଦେଶ୍ୟ ହେଲା, ସାଂସାଦମାନଙ୍କୁ ମୁଖ୍ୟତଃ ନିଜ ନିଜର ନିର୍ବାଚନ ମଣ୍ଡଳୀର ବିକାଶ କାର୍ଯ୍ୟକୁ ସୁପାରିଶ କରିବା ନିମନ୍ତେ ସକ୍ଷମ କରିବା । ଏହା ଅଧୀନରେ ପାନୀୟ ଜଳ, ପ୍ରାଥମିକ ଶିକ୍ଷା, ସାର୍ବଜନୀନ ସ୍ୱାସ୍ଥ୍ୟ, ସ୍ୱଚ୍ଛତା ଏବଂ ସଡ଼କ ଭିତ୍ତିଭୂମି ଇତ୍ୟାଦି କ୍ଷେତ୍ରରେ ତଥା ସାର୍ବଜନୀନ ଭିତ୍ତିଭୂମି ଉପରେ ବିଶେଷ ଭାବେ ଦୃଷ୍ଟି ଦିଆଯିବ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

LOW PRESSURE
18m ago
ବଙ୍ଗୋପସାଗରରେ ଦୁର୍ବଳ ଲଘୁଚାପ ଫଳରେ ରାଜ୍ୟରେ ନିଅଣ୍ଟିଆ ବର୍ଷା
ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ଦୁର୍ବଳ ଲଘୁଚାପ ଫଳରେ ରାଜ୍ୟରେ ନିଅଣ୍ଟିଆ ବର୍ଷା । ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଥିବା ବେଳେ ୭ ତାରିଖ ପରେ ବଙ୍ଗୋପସଗରରେ ସୃଷ୍ଟ
HATHRAS
32m ago
ହାଥରସରେ ବଡ଼ ଧରଣର ଦୁର୍ଘଟଣା, ଦଳାଚକଟାରେ 116 ଜଣଙ୍କ ମୃତ୍ୟୁ
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ହାଥରସରେ ବଡ଼ ଧରଣର ଦୁର୍ଘଟଣା । ହାଥରସ ଜିଲ୍ଲା ରତିଭାନପୁରରେ ଆୟୋଜିତ ପ୍ରବଚନ ସଭାରେ ଦଳାଚକଟାରେ 116 ଜଣଙ୍କ ମୃତ୍ୟୁ । ମୃତକଙ୍କ ମଧ୍ୟରେ ବହ
DHARMENDRA PRADHAN
45m ago
କଂଗ୍ରେସ ଓ ରାହୁଲ ଗାନ୍ଧିଙ୍କୁ ପୁଣି ଟାର୍ଗେଟ୍ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଅର୍ଗସ ବ୍ୟୁରୋ: କଂଗ୍ରେସ ଓ ରାହୁଲ ଗାନ୍ଧିଙ୍କୁ ପୁଣି ଟାର୍ଗେଟ୍ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କଂଗ୍ରେସ ଦଳ ନିଜ ବ୍ୟବହାର ପାଇଁ ସଂସଦୀ