ରେଙ୍ଗାଲି ବିସ୍ଥାପିତଙ୍କୁ କ୍ଷତିପୂରଣ ରାଶି  ପ୍ରଦାନ କରିବା ପାଇଁ  ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଅନୁରୋଧ
by Argus News
Mon, Dec 11 | 3:15 p.m.

ଭୁବନେଶ୍ୱର: ରେଙ୍ଗାଲି ବିସ୍ଥାପିତଙ୍କୁ ବର୍ଦ୍ଧିତ କ୍ଷତିପୂରଣ ରାଶି ସହ ୭ ଦଫା ଦାବିକୁ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରେଙ୍ଗାଳି ବିସ୍ଥାପିତଙ୍କୁ ବର୍ଦ୍ଧିତ କ୍ଷତିପୂରଣ ରାଶି ପ୍ରଦାନ କରିବା ସହ ସେମାନଙ୍କର ୭ ଦଫା ଦାବିକୁ ପୂରଣ କରିବା ପାଇଁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ରେଙ୍ଗାଳି ଯୋଜନାରେ ୧୯୭୩ରେ ଅନୁଗୁଳର ପାଲଲହଡା, ତାଳଚେର ଏବଂ ଦେବଗଡ଼ର ମୋଟ ୨୬୩ଟି ଗ୍ରାମ ଜଳମଗ୍ନ ହେବା ସହ ପ୍ରାୟ ୧୩ ହଜାର କୁଟୁମ୍ବ ବାସହରା ହୋଇଥିଲେ ।

ପାଳଲହଡ଼ା ରେଙ୍ଗାଳି ବିସ୍ଥାପିତ କ୍ଷତିଗ୍ରସ୍ତ ପ୍ରଜା ସଙ୍ଘର ବାସଚ୍ୟୁତ ଜନସାଧାରଣଙ୍କ ଦୁରବସ୍ଥା ଆଜି ସୀମା ଟପିବାକୁ ବସିଲାଣି  । ସଂଘର ସଭ୍ୟମାନେ ୭ ଦଫା ଦାବି ନେଇ ରେଙ୍ଗାଳି ଜଳଭଣ୍ଡାର ସଂଲଗ୍ନ ପାଳଲହଡା ଦ୍ଵିତୀୟ ଚିଲିକାରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଜଳ ସତ୍ୟାଗ୍ରହ କରୁଛନ୍ତି । ପ୍ରାୟ ୮୦ ପ୍ରତିଶତରୁ ଅଧିକ ବିସ୍ଥାପିତ ନ୍ୟାୟାଳୟର ଦ୍ବାରସ୍ଥ ହେବା ପାଇଁ ସମ୍ବଳ ନ ଥିବାରୁ ଆଜି ନିଜକୁ ଉପେକ୍ଷିତ ଓ ଅପମାନିତ ମଣୁଛନ୍ତି । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ