ଉତ୍ତରଦୁଆର ଦେଇ ସ୍ବତନ୍ତ୍ର ଜଗା ଦର୍ଶନ କରିପାରିବେ ଦିବ୍ୟାଙ୍ଗ ଭକ୍ତ
by Argus News
Fri, Dec 08 | 5:57 p.m.


ଅର୍ଗସ ବ୍ୟୁରୋ : ଏଣିକି ଦିବ୍ୟାଙ୍ଗ ଭକ୍ତଙ୍କ ଜଗା ଦର୍ଶନ ସହଜ ହେବ। ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପରେ ଦିବ୍ୟାଙ୍ଗ ଭକ୍ତମାନେ ସ୍ୱତନ୍ତ୍ର ଭାବେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ପୂର୍ବରୁ ଏନେଇ ବାରମ୍ବାର ଶ୍ରୀମନ୍ଦିର ପ୍ରଶାସନ ବୈଠକ କରିଥିବା ବେଳେ ଆଜି ନୀତି ସବକମିଟି ବୈଠକରେ ଦିବ୍ୟାଙ୍ଗ ଭକ୍ତଙ୍କ ଜଗା ଦର୍ଶନ ଉପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାଶ। ଉତ୍ତରଦୁଆର ଦେଇ ଦିବ୍ୟାଙ୍ଗ ଭକ୍ତମାନେ ସ୍ୱତନ୍ତ୍ର ରାମ୍ପ ଯୋଗେ ଶ୍ରୀମନ୍ଦିର ଯାଇ ଦର୍ଶନ କରିବେ। 

ଅଧିକ ପଢନ୍ତୁ : ଶ୍ରୀଗୁଣ୍ଡିଚା ମନ୍ଦିରର ହେବ ସୌନ୍ଦର୍ଯ୍ୟକରଣ

ଶ୍ରୀମନ୍ଦିର ରୀତିନୀତି ଓ ପରମ୍ପରାକୁ ନଜରରେ ରଖି ଦିବ୍ୟାଙ୍ଗ ଦର୍ଶନ ସ୍ୱତନ୍ତ୍ର ଏସଓପି ଦ୍ୱାରା କରାଇବାକୁ ଶ୍ରୀମନ୍ଦିର ପ୍ରଶାସନ ଲକ୍ଷ ରଖିଛି। ପ୍ରତିଦିନ ସ୍ୱତନ୍ତ୍ର ସମୟରେ ସ୍ୱତନ୍ତ୍ର ଭାବେ ଏହି ଦର୍ଶନ ବ୍ୟବସ୍ଥା କରାଯିବ। ଛତିଶା ନିଯୋଗ ଓ ପରିଚାଳନା କମିଟିର ଅନୁମୋଦନ ନିଆଯାଇ ଦିବ୍ୟାଙ୍ଗ ମାନଙ୍କୁ ଏହି ଦର୍ଶନ ବ୍ୟବସ୍ଥାରେ ସାମିଲ କରାଯିବ। ପରିକ୍ରମା ପ୍ରକଳ୍ପରେ ଉତ୍ତର ଦ୍ୱାର ଠାରେ ଦିବ୍ୟାଙ୍ଗଙ୍କ ପାଇଁ  ସ୍ୱତନ୍ତ୍ର ବିଶ୍ରାମ ଗୃହ କରାଯାଇଛି। 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ